‘ବିଶ୍ୱ ଆନ୍ଦୋଳନରେ ପରିଣତ ହେବ ମିଶନ ଶକ୍ତି’

ଭୁବନେଶ୍ୱର, ୯।୩(ବ୍ୟୁରୋ): ମିଶନ ଶକ୍ତି ଏକ ବଡ଼ ସାମାଜିକ ଓ ଅର୍ଥନୈତିକ ଆନ୍ଦୋଳନରେ ପରିଣତ ହୋଇଛି। ଏହା ଗଁା ଅର୍ଥନୀତିକୁ ଚଳ ଚଞ୍ଚଳ କରିପାରିଛି। ମିଶନ ଶକ୍ତି କେବଳ ଦେଶରେ ନୁହେଁ, ସାରା ବିଶ୍ୱରେ ସବୁଠାରୁ ବଡ଼ ଆନ୍ଦୋଳନରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶାବ୍ୟକ୍ତ କରିଛନ୍ତି।
ସୋମବାର ରାଜ୍ୟସ୍ତରୀୟ ବିଶ୍ୱ ମହିଳା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ କହିଛନ୍ତି, ୨୦୦୧ ମାର୍ଚ୍ଚ ୮ ତାରିଖରେ ଲାଗିଥିବା ଗୋଟିଏ ଚାରା ଆଜି ମହାଦ୍ରୁମରେ ପରିଣତ ହୋଇଛି। ୮୦ ଲକ୍ଷ ମା’ମାନଙ୍କ ଆଶାର ବୃକ୍ଷ ହୋଇପାରିଛି। ଏହି ମହାଦ୍ରୁମର ପ୍ରତିଟି ପତ୍ରରେ ରହିଛି ଗୋଟିଏ ଗୋଟିଏ ସଫଳ କାହାଣୀ। ସେହି କାହାଣୀ ହେଉଛି ଆମର ମିଶନ ଶକ୍ତି। ମିଶନ ଶକ୍ତିର ଏ ସଫଳତା ଅଧିକରୁ ଅଧିକ ମା’ମାନଙ୍କୁ ପ୍ରେରଣା ଦେବ। ଏହା ଖୁବ୍‌ଶୀଘ୍ର ୧ କୋଟି ମହିଳାଙ୍କ ଏକ ବିରାଟ ଆନ୍ଦୋଳନରେ ପରିଣତ ହେବ। ଓଡ଼ିଶାରେ ଘରେ ଘରେ ସଶକ୍ତ ଓଡ଼ିଶାର ବାର୍ତ୍ତା ଦେବ। ମିଶନ ଶକ୍ତି ସ୍ବତନ୍ତ୍ର ବିଭାଗ ନିଷ୍ପତ୍ତିକୁ ମା’ମାନେ ସ୍ବାଗତ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ର ଆହ୍ବାନ ବେଳେ ମା’ମାନେ ହିଁ ସରକାରଙ୍କ ମୁଖ୍ୟ ସହଯୋଗୀ ହୋଇ ମହାମାରୀ ମୁକାବିଲାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ। ମିଶନ ଶକ୍ତିର ମା’ମାନଙ୍କ ଠାରୁ ଆରମ୍ଭ କରି ଅଙ୍ଗନଓ୍ବାଡି, ଆଶା କର୍ମୀ, ସ୍ବାସ୍ଥ୍ୟକର୍ମୀମାନେ ସବୁଠାରୁ ଅଧିକ ଦାୟିତ୍ୱର ସହ କାମ କରିଛନ୍ତି। ପରିବାରକୁ ସଚେତନ ମଧ୍ୟ କରିଛନ୍ତି। ସେଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ପକ୍ଷରୁ ସେମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ରାଜ୍ୟ ସରକାର ସବୁବେଳେ ମିଶନ ଶକ୍ତିର ମା’ମାନଙ୍କ ପାଇଁ ନିଷ୍ଠାର ସହ କାମ କରୁଛନ୍ତି। ସେମାନଙ୍କ ପାଇଁ ୫ ହଜାର କୋଟି ଟଙ୍କାର କାମ ଘୋଷଣା କରାଯାଇଛି। ସେମାନେ ଦକ୍ଷତାର ସହ କାମ କରି ସରକାରଙ୍କ ବିଶ୍ୱାସକୁ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେଉଁ ଦେଶରେ ମା’ମାନେ ଯେତେ ଆଗୁଆ, ସେ ଦେଶ ସେତେ ଉନ୍ନତ। ସେମାନଙ୍କ ସମୃଦ୍ଧି ଓ ଅଧିକାର ପାଇଁ ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ସଚିବାଳୟରେ ଉପସ୍ଥିତ ଥିବା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି, ମହିଳାମାନଙ୍କ ଅନ୍ତର୍ନିହିତ ଶକ୍ତି ଓ ଦକ୍ଷତାକୁ ଉପଯୋଗ କରି ବିକାଶକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଓଡ଼ିଶା ମହିଳା ବିକାଶ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିପାରିଛି। ମିଶନ ଶକ୍ତିର ମା’ମାନଙ୍କୁ ନୂଆ ପରିଚୟ ଦେଇଛି। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି।
କାର୍ଯ୍ୟକ୍ରମ ଆରମ୍ଭରେ ମହିଳା ଓ ଶିଶୁ ବିକାଶ ସଚିବ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇ କହିଛନ୍ତି, ରାଜ୍ୟ ସରକାର ମହିଳାମାନଙ୍କୁ ହିତାଧିକାରୀ ନୁହେଁ ବରଂ ବିକାଶର ସହଭାଗୀଦାର ବୋଲି ମନେକରନ୍ତି। ମହିଳାମାନଙ୍କ ବିକାଶ ପାଇଁ ରାଜ୍ୟ ସରକାର କେବଳ ଗୋଟିଏ ଦିନ ନୁହେଁ, ପୂରା ୩୬୫ ଦିନ ସମର୍ପିତ ହୋଇ କାମ କରୁଛନ୍ତି ବୋଲି ସେ କହିଛନ୍ତି।
ମିଶନ ଶକ୍ତି କମିଶନର ତଥା ନିର୍ଦ୍ଦେଶିକା ସୁଜାତା କାର୍ତ୍ତିକେୟନ ଧନ୍ୟବାଦ ଦେଇ କହିଛନ୍ତି, ୨୦୦୧ରେ ମିଶନ ଶକ୍ତି ଏକ ଯୋଜନା ହୋଇ ଆରମ୍ଭ ହୋଇଥିଲା। ଆଜି ଏହା ଏକ ସ୍ବତନ୍ତ୍ର ବିଭାଗ ହୋଇଛି। ମୁଖ୍ୟମନ୍ତ୍ରୀ ମିଶନ ଶକ୍ତିର ମା’ମାନଙ୍କ ପାଇଁ ଯେଉଁ ୫ ହଜାର କୋଟି ଟଙ୍କା ଘୋଷଣା କରିଥିଲେ ସେଥିରୁ ସେମାନେ ୨୫୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବ୍ୟବସାୟ ଆରମ୍ଭ କରିସାରିଛନ୍ତି। ଏପରିକି ସେମାନଙ୍କ ପାଇଁ ୩୨୦୦ କୋଟି ଟଙ୍କାର ଋଣ ଲକ୍ଷ୍ୟ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ୪ ହଜାର କୋଟି ଟଙ୍କାରୁ ଅଧିକ ଋଣ ମିଳିପାରିଛି।
ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ଓ ମିଶନ ଶକ୍ତି କାର୍ଯ୍ୟକ୍ରମର ଦୁଇଟି ଭିଡିଓ ଚିତ୍ର ପ୍ରଦର୍ଶିତ କରାଯାଇଥିଲା। ଝାରସୁଗୁଡା, ଯାଜପୁର ଓ ଭୁବନେଶ୍ୱରରେ ୩ଟି କର୍ମଜୀବୀ ମହିଳା ହଷ୍ଟେଲ ଉଦ୍‌ଘାଟିତ ହୋଇଥିଲା। ହଷ୍ଟେଲ ପରିଚାଳନା, ସ୍ବଧାର ଓ ଉଜ୍ଜ୍ୱଳ ଆଦି ଯୋଜନା ପାଇଁ ନୂଆ ପୋର୍ଟାଲ, ମିଶନ ଶକ୍ତି ଓ୍ବେବ୍‌ସାଇଟ, ମୋବାଇଲ ଆପ୍‌ ଓ ବ୍ୟାଙ୍କଗୁଡ଼ିକ ଋଣ ପ୍ରଦାନ ସମ୍ପର୍କରେ ଏକ ସ୍ବତନ୍ତ୍ର ପୋର୍ଟାଲ ଉନ୍ମୋଚିତ ହୋଇଥିଲା। ଡାଆଣୀ କୁପ୍ରଥାର ବିଲୋପ ପାଇଁ ଆଇଇସି ପ୍ୟାକେଜ ମଧ୍ୟ ଉନ୍ମୋଚିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମିଶନ ଶକ୍ତିର ଉପଦେଷ୍ଟା, ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା, ରାଜ୍ୟ ଶିଶୁ ସୁରକ୍ଷା କମିଶନର ଅଧ୍ୟକ୍ଷା, ଓଡ଼ିଶା ଶିଶୁ କଲ୍ୟାଣ ପରିଷଦର ସଦସ୍ୟା ସଚିବ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି. କେ. ପାଣ୍ଡିଆନ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଏହି ଅବସରରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲା, ସ୍ବୟଂ ସହାୟକ ଗୋଷ୍ଠୀ, ଅଧିକାରୀ ଓ ବ୍ୟାଙ୍କଗୁଡିକୁ ପୁରସ୍କୃତ କରାଯାଇଥିଲା। ଉତ୍ତମ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ୟୁନାଇଟେଡ କମର୍ସିଆଲ ବ୍ୟାଙ୍କକୁ ପୁରସ୍କୃତ କରାଯାଇଛି। ସେହିପରି କୋଭିଡ୍‌ ଚାମ୍ପିୟନ ଉତ୍ତମ ଏସ୍‌ଏଚ୍‌ଜି ଭାବେ ମାସ୍କ ତିଆରି ପାଇଁ କଟକର ହାଜି ଅଲି ପ୍ରଡ୍ୟୁସର ଗ୍ରୁପ, ମାଗଣା ରନ୍ଧା ଖାଦ୍ୟ ପାଇଁ କେନ୍ଦ୍ରାପଡାର ରାମଚନ୍ଦ୍ର ଏସ୍‌ଏଚ୍‌ଜି, ଟିଏମ୍‌ସି ପରିଚାଳନା ପାଇଁ ମାଲକାନଗିରିର ନାରୀ ଜାଗୃତି ଏସ୍‌ଏଚ୍‌ଜିକୁ ୫୦ ହଜାର ଲେଖାଏ ଟଙ୍କା, ଟ୍ରଫି ଓ ସାର୍ଟିଫିକେଟ ଦିଆଯାଇଥିଲା। ମିଶନ ଶକ୍ତି କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ କରିଥିବା ପୁରୀ, ଦେବଗଡ଼ ଓ ନବରଙ୍ଗପୁର ଜିଲାକୁ ସମ୍ମାନିତ କରାଯାଇଥିଲା। ସେହିପରି ଉତ୍ତମ ପ୍ରଦର୍ଶନ ପାଇଁ କନ୍ଧମାଳ ସିଏସ୍‌ଡବ୍ଲ୍ୟୁଓ ମନସ୍ବିନୀ ମିଶ୍ର ଏବଂ ମୟୂରଭଞ୍ଜ ଡିସିପିଓ ମମତାମୟୀ ବିଶ୍ୱାଳଙ୍କୁ ୧୦ ହଜାର ଟଙ୍କା ଓ ସାର୍ଟିଫିକେଟ ଦେଇ ସମ୍ମାନିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri