Posted inଜାତୀୟ

ମିଶନ ଯୁବଶକ୍ତି: ୩ ମାସରେ ୬ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୋଦି

ନୂଆଦିଲ୍ଲୀ,୨୪।୧୨: ଭାରତରେ ଯୁବବର୍ଗଙ୍କ ସଂଖ୍ୟା ଅଧିକ ରହିଛି। ଦେଶର ବିକାଶ ସମେତ ରାଜନୈତିକ କ୍ଷମତା ଦଖଲ ପାଇଁ ଦେଶର ଯୁବବର୍ଗଙ୍କୁ ହାତେଇଲେ ସୁଫଳ ସହଜରେ ମିଳିପାରିବ ବୋଲି ଭାଜପା ଜାଣିପାରିଛି। ସମ୍ପ୍ରତି ଦେଶରେ ୬୫ ପ୍ରତିଶତ ଜନସଂଖ୍ୟା ହେଉଛନ୍ତି ଯୁବବର୍ଗ। ଯୁବବର୍ଗଙ୍କୁ ଆକର୍ଷିତ କରିବା ଲାଗି ଭାଜପା ପକ୍ଷରୁ ମିଶନ ଯୁବଶକ୍ତି ଯୋଜନା ଉପରେ ଗୁରୁତ୍ୱାରୋପ କରାଯାଉଛି। ଏହି ମର୍ମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅକ୍ଟୋବରଠାରୁ ଡିସେମ୍ବର ଗତ ୩ ମାସ ମଧ୍ୟରେ ଦେଶର ୬ଟି ବିଶ୍ୱବିଦ୍ୟାଳୟର ବିଭିନ୍ନ କାର୍ଯ୍ୟକ୍ରମରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ଦେଶ ଗଠନରେ ଯୁବବର୍ଗଙ୍କ ଭୂମିକା ସମ୍ପର୍କରେ ଶିକ୍ଷାର୍ଥୀଙ୍କୁ ଅବଗତ କରାଇଛନ୍ତି। ଯୁବବର୍ଗଙ୍କ ପାଖରେ ଭାଜପାର ସନ୍ଦେଶ ପହଞ୍ଚାଇବା ପାଇଁ ଏଭଳି ରଣନୀତି ପ୍ରସ୍ତୁତ କରାଯାଇଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଅକ୍ଟୋବର ୧୯ରେ ମୋଦି ମହୀଶୂର ବିଶ୍ୱବିଦ୍ୟାଳୟର ଶତାବ୍ଦୀ ସମାରୋହରେ ଯୋଗଦେଇ ଶିକ୍ଷାର୍ଥୀଙ୍କୁ ଶିକ୍ଷା ଏବଂ ଦିକ୍ଷାର ଭାବାର୍ଥ ବୁଝାଇଥିଲେ। ନଭେମ୍ବର ୧୨ରେ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୋଦି ସ୍ବାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରି ଦେଶ ପ୍ରଥମେ, ଏହା ପରେ ଚିନ୍ତାଧାରା ବୋଲି କହିଥିଲେ। ୨୧ ନଭେମ୍ବରରେ ଗାନ୍ଧୀନଗରସ୍ଥିତ ଦୀନଦୟାଲ ପେଟ୍ରୋଲିୟମ୍‌ ବିଶ୍ୱବିଦ୍ୟାଳୟର ୮ତମ ଦୀକ୍ଷାନ୍ତ ସମାରୋହରେ ଯୋଗଦେଇ ୨୬୦୦ ଶିକ୍ଷାର୍ଥୀଙ୍କୁ ଡିଗ୍ରୀ ଏବଂ ଡିପ୍ଲୋମା ପ୍ରଦାନ କରିଥିଲେ। ସେହିପରି ନଭେମ୍ବର ୨୫ରେ ସେ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ଶତାବ୍ଦୀ ଉତ୍ସବରେ ଯୋଗଦେଇ ନୂତନ ଶିକ୍ଷାନୀତି ସମ୍ପର୍କରେ ଶିକ୍ଷାର୍ଥୀଙ୍କୁ ସୂଚନା ଦେଇଥିଲେ। ଡିସେମ୍ବର ୨୨ରେ ମୋଦି ଅଲୀଗଡ଼ ମୁସଲିମ୍‌ ବିଶ୍ୱବିଦ୍ୟାଳୟର ଶତାବ୍ଦୀ ସମାରୋହରେ ଯୋଗଦେଇଥିଲେ। ଏହାପରେ ଗୁରୁବାର (ଡିସେମ୍ବର ୨୪) ମୋଦି ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଶତାବ୍ଦୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ମୋଦି ଦେଶର ଯୁବବର୍ଗଙ୍କ ମଧ୍ୟରେ ଲୋକପ୍ରିୟତା ହାସଲ କରିଥିବା ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ଗୋପାଳକୃଷ୍ଣ ଅଗ୍ରଓ୍ବାଲ କହିଛନ୍ତି। ମୋଦି ଯୁବବର୍ଗଙ୍କ ସହିତ ସିଧାସଳଖ କଥାବାର୍ତ୍ତା କରୁଥିବାରୁ ଏକ ସକାରାତ୍ମକ ସ୍ଥିତି ସୃଷ୍ଟି ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?