ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର: ଜୋତାରେ ମାଡ଼ ଖାଇଲେ ପ୍ରଧାନଶିକ୍ଷକ

ହାଟଡିହୀ,୮l୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ମିଠିଗାଁ ଉପ୍ରା ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ବାବୁଲା ବେହେରା ଗତ ଶନିବାର ବିଦ୍ୟାଳୟ ଛୁଟି ହେବାପରେ ଏକୁଟିଆର ସୁଯୋଗ ନେଇ ଜଣେ ଶିକ୍ଷୟିତ୍ରୀଙ୍କୁ ମନ୍ଦ ଉଦ୍ଦେଶ୍ୟ ରଖି ଦୁର୍ବ୍ୟବହାର କରିଥିଲେ। ଏନେଇ ଶିକ୍ଷୟିତ୍ରୀ ଜଣକ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ହାଟଡିହୀ ବିଇଓ ରାଜୀବ ଦଳେଇ ଆଇସିସି(ଇଣ୍ଟରନାଲ କପ୍ଲାଣ୍ଟ କମିଟି)କମିଟି ଜରିଆରେ ତଦନ୍ତ ରିପୋର୍ଟ ମାଗିଥିଲେ । ସୂଚନା ଯୋଗ୍ୟ, କମିଟି ଯୌନ ନିର୍ଯାତନା ଉପରେ ତଦନ୍ତ କରିଥାଏ ।

ଘଟଣା ସମ୍ପର୍କରେ ବିଇଓ ଦଳେଇ କହିଛନ୍ତି ତଦନ୍ତ ରିପୋର୍ଟ ଆସିବା ପରେ ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏପରିକି ସୋମବାର କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ରିପୋର୍ଟ ପ୍ରକାଶ କରାଯିବ ବୋଲି ସେ କହିଛନ୍ତି।

ଘଟଣା ସମ୍ପର୍କରେ ବିଦ୍ୟାଳୟ କମିଟି ଚେୟାରମ୍ୟାନ ଅନାମ ପଳତା କହିଛନ୍ତି, ଗତ ଶନିବାର ପ୍ରଧାନ ଶିକ୍ଷକ ବାବୁଲା ବେହେରା ବିଦ୍ୟାଳୟ ଛୁଟି ହେବା ପରେ ମନ୍ଦ ଉଦେଶ୍ୟରେ ଶିକ୍ଷୟିତ୍ରୀଙ୍କ ହାତ ଧରି ଅଫିସ ଭିତରକୁ ଡାକିଥିବା ଅଭିଯୋଗ ପାଇଥିଲେ। ପରେ ବିଦ୍ୟାଳୟ କମିଟି ଏବଂ ଗ୍ରାମର ବରିଷ୍ଠ ବ୍ୟକ୍ତିଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ବୈଠକରେ ଘଟଣା ସମ୍ପର୍କରେ ଆଲୋଚନା ହେଉଥିଲା। ସେତିକିବେଳେ ଶିକ୍ଷୟତ୍ରୀ ଜଣକ ସମ୍ପୃକ୍ତ ପ୍ରଧାନଶିକ୍ଷକଙ୍କୁ ଜୋତାରେ ମାଡ଼ ମାରିଥିଲେ। ପରବର୍ତ୍ତୀ ସମୟରେ ବୁଝାଶୁଝା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ଏପରିକି ବୈଠକରେ ଘଟଣାର ଆପୋଷ ସମାଧାନ ହୋଇଥିଲା। ଏନେଇ ପ୍ରଧାନଶିକ୍ଷକ ବାବୁଲା ବେହେରାଙ୍କୁ ପଚାରିବାରୁ ଯାହା ବି ଘଟଣା ହୋଇଥିଲା ସେସବୁ ସମାଧାନ ହୋଇଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ପ୍ରଥମଥର ଦିନିକିଆରେ କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?