ଦେବକୁଣ୍ଡରେ ପର୍ଯ୍ୟଟକଙ୍କୁ ଦୁର୍ବ୍ୟବହାର ନେଇ ଉତ୍ତେଜନା

ଉଦଳା, ୨୨।୨ (ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଉଦଳା ଦେବକୁଣ୍ଡ ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କୁ ହଇରାଣ କରାଯାଉଥିବା ନେଇ ଅଭିଯୋଗ ହୋଇଛି। ଏ ବିଷୟରେ ବିଭାଗୀୟ ଅଧିକାରୀଙ୍କୁ ଜଣାଇଲେ ଦୁର୍ବ୍ୟବହାରର ଶିକାର ହେବାକୁ ପଡୁଛି। ଏଭଳି ଅଭିଯୋଗ ଆଣି ପର୍ଯ୍ୟଟକ ଏବଂ ସ୍ଥାନୀୟ ବାସିନ୍ଦା ବୁଢାମରା ଗେଟ ନିକଟରେ ବିକ୍ଷୋଭ କରିବା ସହିତ ଫରେଷ୍ଟରଙ୍କ ବଦଳି ଦାବି କରିଛନ୍ତି। ସୋମବାର ବିଭିନ୍ନ ସ୍ଥାନରୁ ଆସିଥିବା ପର୍ଯ୍ୟଟକଙ୍କୁ ଉତ୍ତ୍ୟକ୍ତ ଲୋକେ ଦେବକୁଣ୍ଡ ଭିତରକୁ ଛାଡି ନ ଥିଲେ। ଫଳରେ ପର୍ଯ୍ୟଟକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଅନ୍ୟପକ୍ଷରେ ଫରେଷ୍ଟ କାର୍ଯ୍ୟାଳୟ ଗେଟରେ ମଧ୍ୟ ଉତ୍ତ୍ୟକ୍ତ ଲୋକେ ତାଲା ପକାଇ ଦେଇଥିଲେ। ଏ ବିଷୟରେ ଫରେଷ୍ଟରଙ୍କର ପ୍ରତିକ୍ରିୟା ମିଳି ପାରି ନ ଥିବା ବେଳେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଥିଲେ ସୁଦ୍ଧା କୌଣସି ସୁଫଳ ମିଳିପାରିନାହିଁ।
ବାରିପଦା ଅଞ୍ଚଳରୁ ଏକ ବୋଲେରୋରେ ପର୍ଯ୍ୟଟକମାନେ ମା’ ଅମ୍ବିକାଙ୍କ ପୀଠ ଦେବକୁଣ୍ଡ ବୁଲିବାକୁ ଆସିଥିଲେ। ସେମାନେ ପାର୍କିଂରେ ଗାଡି ରଖି ବୁଲିବାକୁ ଯାଇଥିବା ବେଳେ ତାଙ୍କ ଗାଡିର ସମସ୍ତ ଚକାରୁ ପମ୍ପ ଖୋଲି ଦିଆଯିବା ସହିତ ଟାୟାରକୁ କାଟି ଦିଆଯାଇଥିଲା। ଏ ସମ୍ପର୍କରେ ଫରେଷ୍ଟରଙ୍କୁ ପଚାରିବାରୁ ସେ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ପର୍ଯ୍ୟଟକ ଏବଂ ସ୍ଥାନୀୟ ବାସିନ୍ଦା ଗାଡିକୁ ଆଣି ବୁଢାମରା ଗେଟ ନିକଟରେ ରଖି ପ୍ରତିବାଦ କରିଥିଲେ। ା ସ୍ଥାନୀୟ ବାସିନ୍ଦାଙ୍କ କହିବାନୁସାରେ, ଏଭଳି ଘଟଣା ପ୍ରଥମ ନୁହେଁ, ପୂର୍ବରୁ ମଧ୍ୟ ଅନେକ ଥର ପର୍ଯ୍ୟଟକ ଏହିଭଳି ହଇରାଣ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri