୧୧ଲକ୍ଷ ଟଙ୍କା ନ ଫେରାଇ ମହିଳାଙ୍କୁ ଅସଦାଚରଣ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବାଉନ୍ସରମାନଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ବାର୍‌ର ବାଉନ୍ସରମାନେ ମାଡ଼ ମାରି ଜଣେ ବ୍ୟକ୍ତିଙ୍କ ଗୋଡ଼ ଭାଙ୍ଗି ପଙ୍ଗୁ କରିଥିବାବେଳେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଛାତ୍ରଙ୍କୁ ମାଡ଼ମାରି ରକ୍ତାକ୍ତ କରିଥିଲେ। ପୁଣି ଶନିବାର ରାତିରେ ଖାରବେଳନଗର ଅଞ୍ଚଳରେ ଜଣେ ଯୁବକଙ୍କ ବେକ କାଟି ମରଣାନ୍ତକ ଆକ୍ରମଣ କରିଛନ୍ତି। ଖାରବେଳନଗର ଥାନା ନିକଟସ୍ଥ ମ୍ୟାଡ ମୂଲ ପବ୍‌ ଓ ବାର୍‌ର ବାଉନ୍ସରମାନେ ବର୍ବରତାର ସୀମା ଟପିଯାଇଛନ୍ତି। ବାର୍‌ରେ ୨ ଜଣ ଯୁବକଙ୍କ ସହ ବଚସା ହେବା ପରେ ସେମାନଙ୍କୁ ମାଡ଼ ମାରି ବାରରୁ ବାହାର କରିବା ସହ ରାସ୍ତାରେ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକମ୍ରଣ କରି ଫେରାର ହୋଇଯାଇଛନ୍ତି। ଆର୍ଯ୍ୟ ବେଦାନ୍ତ ନାମକ ଯୁବକଙ୍କ ବେକର ଆଗ ପାର୍ଶ୍ୱ ଓ ପଛରେ ଗୁରୁତର କ୍ଷତ ହେବା ସହ ସେ ଏକ ଘରୋଇ ହସ୍ପିଟାଲରେ ଜୀବନ ସହ ଲଢ଼େଇ କରୁଛନ୍ତି। ତାଙ୍କର ସହଯୋଗୀ ବନ୍ଧୁ ଦେବାଶିଷଙ୍କ ଶରୀର ବିଭିନ୍ନ ସ୍ଥାନରେ କ୍ଷତ ହୋଇଥିବାବେଳେ ଚିକିତ୍ସା ପରେ ଏବେ ସୁସ୍ଥ ଅଛନ୍ତି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ନଂ.୫୪/୨୦ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ସୂଚନା ମୁତାବକ, ଶନିବାର ରାତିରେ ଆର୍ଯ୍ୟ ଓ ଦେବାଶିଷ ମ୍ୟାଡ ମୁଲ ବାରରେ ଖାଦ୍ୟ ନେବାବେଳେ ବାର୍‌ର ବାଉଁସରମାନଙ୍କ ସହ କୌଣସି କଥାକୁ ନେଇ ବଚସା ହୋଇଥିଲା। ଉଭୟ ବାର୍‌ରୁ ଫେରିବାବେଳେ ପୁଣି ବାଉନ୍ସରଙ୍କ ସହ ମୁହଁାମୁହିଁ କଥା କଟାକଟି ହୋଇଥିଲା। ବାଉଁସରମାନେ ଉତ୍ତ୍ୟକ୍ତ ହୋଇ ସେମାନଙ୍କର ଅନ୍ୟ କିଛି ବାଉନ୍ସର ସାଙ୍ଗଙ୍କୁ ଡକାଇଥିଲେ। ସେମାନେ ଜନପଥ ରୋଡ୍‌ରେ ଆର୍ଯ୍ୟ ଓ ଦେବାଶିଷଙ୍କୁ ଗୋଡ଼ାଇ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ଆସିବାରୁ ବାଉନ୍ସରମାନେ ଫେରାର ହୋଇଯାଇଥିଲେ। ଖବରପାଇ ପୋଲିସ ପହଞ୍ଚତ୍ ଉଦ୍ଧାର କରି ଉଭୟଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri