ସ୍ପଷ୍ଟ ଦିବାଲୋକରେ ବସ୍‌ ଭିତରେ ଯୁବତୀଙ୍କୁ ଅସଦାଚରଣ, ଜେଲ୍‌ ଗଲେ ଅଭିଯୁକ୍ତ

ବଡ଼ବିଲ,୭ା୮(ଦେବପ୍ରିୟ ରଣା): କେନ୍ଦୁଝରରୁ ବଡ଼ବିଲ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ ଭିତରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବଡ଼ବିଲ ପୋଲିସ ସଂପୃକ୍ତ ଅଭିଯୁକ୍ତକୁ ବଡ଼ବିଲ ବସ୍‌ଷ୍ଟାଣ୍ଡରୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବଡ଼ବିଲ ଥାନା ରାଜୀବ ବିହାର ଅଞ୍ଚଳର ଏକ ଘରୋଇ କମ୍ପାନୀର ଏସ୍‌ଏସ୍‌ଏବି ନାମକ ଗେଷ୍ଟ ହାଉସ୍‌ରେ ରହୁଥିବା ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ସୁନ୍ଦରପୁର ଗ୍ରାମର ସତ୍ୟବ୍ରତ ନାୟକ।

ପ୍ରାପ୍ତ ସୂଚନାନୁଯାୟୀ, କେନ୍ଦୁଝରରୁ ଆସୁଥିବା ବର୍ଷା ନାମକ ଯାତ୍ରୀବାହୀ ବସ୍‌ରେ ମଙ୍ଗଳବାର ଅପରାହ୍ନ ୨ଟା ୪୫ରେ ବଡ଼ବିଲ ଅଞ୍ଚଳର ଜଣେ ଯୁବତୀ ରିମୁଳିରୁ ଚଢ଼ିଥିଲେ। ବସ୍‌ରେ ଦୁଇ ଟିକିଆ ସିଟ୍‌ ଥିବାବେଳେ ଗୋଟିଏ ସିଟ୍‌ ଖାଲିଥିବାରୁ ଯୁବତୀ ଜଣକ ବସିଥିଲେ। ତେବେ ଯୁବତୀଙ୍କ ସିଟ୍‌କୁ ଲାଗିଥିବା ସିଟ୍‌ରେ ପୂର୍ବରୁ ବସିଥିବା ଅଭିଯୁକ୍ତ ଜଣକ ଯୁବତୀ ଜଣକ ବସିବା ପରଠାରୁ ଅସଦ ବ୍ୟବହାର କରିଥିଲେ। ପରବର୍ତ୍ତୀ ସମୟରେ ବସ୍‌ କଣ୍ଡକ୍ଟରଙ୍କୁ କହି ସିଟ୍‌ ବଦଳାଇ ଅଭିଯୁକ୍ତ ସତ୍ୟବ୍ରତ ଯୁବତୀଙ୍କ ସମ୍ମୁଖକୁ ଯାଇ ଛଡ଼ାହୋଇ ଅଶ୍ଳୀଳ ଇଙ୍ଗିତ କରିଥିଲେ। ଏ ସମ୍ପର୍କରେ ଯୁବତୀ ଜଣକ ବସ୍‌ କଣ୍ଡକ୍ଟର ଓ ନିଜ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ। ବସ୍‌ଟି ବଡ଼ବିଲସ୍ଥିତ ପୁରୁଣା ବସଷ୍ଟାଣ୍ଡଠାରେ ପହଞ୍ଚିବା ବେଳକୁ ପୂର୍ବରୁ ଛକି ରହିଥିବା ଯୁବତୀଙ୍କ ପରିବାର ଓ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କାବୁ କରିନେଇଥିଲେ। ପରେ ଯୁବତୀ ଜଣକ ଲିଖିତ ଅଭିଯୋଗ କରିବା ପରେ ବଡ଼ବିଲ ପୋଲିସ ଥାନା କେସ୍‌ ନଂ ୨୩୯/୨୦୨୪ରେ ଏକ ମାମଲା ରୁଜୁ କରି ବୁଧବାର ଅଭିଯୁକ୍ତ ସତ୍ୟବ୍ରତଙ୍କୁ ବଡ଼ବିଲ କୋର୍ଟ ଚାଲାଣ କରିଥିଲା। ଅଭିଯୁକ୍ତ ସତ୍ୟବ୍ରତ ଜାମିନ ନିମନ୍ତେ ଆବେଦନ କରିଥିଲେ ହେଁ ଜାମିନ ଖାରଜ କରି ସତ୍ୟବ୍ରତଙ୍କୁ ବଡ଼ବିଲ ସବ୍‌ଜେଲକୁ ପଠାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

‘ପୁରୁଷଙ୍କ କୋଠରୀରୁ ଆରମ୍ଭ ହୁଏ ମହିଳାଙ୍କ ରାଜନୀତି’ ପପୁ ଯାଦବଙ୍କ ବୟାନକୁ ନେଇ ହଙ୍ଗାମା

ପାଟନା,୨୧।୪: ଏମପି ପପୁ ଯାଦବ ଏକ ବିବାଦୀୟ ବୟାନ ଦେଇଛନ୍ତି, ଯାହାକୁ ନେଇ ହଇଚଇ ସୃଷ୍ଟି କରିଛି। ମହିଳା କମିଶନ ଏହି ମନ୍ତବ୍ୟ ଉପରେ ଆକ୍ସନ ମୋଡକୁ…

ରଣବୀରଙ୍କ ଭଉଣୀ ରିଦ୍ଧିମାଙ୍କ ଅଭିନୟରେ ଡେବ୍ୟୁ, ଟ୍ରେଲର ରିଲିଜ ପରେ ବଢ଼ିଲା ଚର୍ଚ୍ଚା

ମୁମ୍ବାଇ: ଅଭିନୟ ଜଗତରେ ପାଦ ଥାପିଛନ୍ତି ରଣବୀର କପୁରଙ୍କ ଭଉଣୀ ରିଦ୍ଧିମା କପୁର। ତାଙ୍କର ପ୍ରଥମ ଫିଲ୍ମ ‘ଦାଦି କି ଶାଦୀ’ର ଟ୍ରେଲର ଆଜି ରିଲିଜ ହୋଇଯାଇଛି।…

ଫସିଲେ Prakash Raj, ଭିଡିଓ ଭାଇରାଲ ପରେ ମାମଲା ରୁଜୁ

ହାଇଦ୍ରାବାଦ,୨୧।୪: ପୁଣି ଥରେ ବିବାଦରେ ପ୍ରକାଶ ରାଜ (Prakash Raj) । ନିଜର ସ୍ପଷ୍ଟବାଦୀ ମନ୍ତବ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି ଦକ୍ଷିଣ ଭାରତୀୟ ଅଭିନେତାଙ୍କ…

ବିଜିଲି ବଗର୍ତ୍ତିଙ୍କ ଘରକୁ ନାହିଁ ବିଜୁଳି, ବରଗଡ଼ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ପୂର୍ବତନ ବିଧାୟକ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜମୁର୍ଡା ଟାଙ୍ଗରପଡା ନିବାସୀ ବିଜିଲି ବଗର୍ତ୍ତିଙ୍କ ଘରକୁ ବିଦ୍ୟୁତ୍ ସଂଯୋଗ ନାହିଁ। ଘର ମଧ୍ୟ ବିପଦ ଶଙ୍କୁଳ ଅବସ୍ଥାରେ ରହିଛି।…

୪ ଦିନ ରହିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା; ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ । ମଝିରେ ଆଉ ୪ ଦିନ ରହିଥିବା ବେଳେ ପ୍ରସ୍ତୁତି ଶେଷ…

ସାଇଲେଣ୍ଟ ଗେମ୍ କରିଦେଲା ଚାଇନା, ଘରୁ ବାହାରି ପାରୁନାହାନ୍ତି ତାଇଓ୍ବାନ ରାଷ୍ଟ୍ରପତି

ବେଜିଂ,୨୧।୪: ଚାଇନା ତାଇୱାନର ରାଷ୍ଟ୍ରପତି ୱିଲିୟମ୍ ଲାଇ ଚିଙ୍ଗ-ତେଙ୍କ ବିରୁଦ୍ଧରେ ଏକ ସାଇଲେଣ୍ଟ ଗେମ୍ ଖେଳିଛି। ଫଳସ୍ୱରୂପ, ରାଷ୍ଟ୍ରପତି ଲାଇ ତାଙ୍କ ଘର ଅର୍ଥାତ୍ ଦେଶ ବାହାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri