ବୁଝିଲେନି ସମ୍ପର୍କ: ଟାଙ୍ଗିଆରେ ହାଣି ବାପାଙ୍କୁ ମାରିଦେଲେ ପୁଅ

ଉମରକୋଟ,୨୮।୧୦(ସନ୍ତୋଷ ଶତପଥୀ): ପୁଅର ଟାଙ୍ଗିଆ ମାଡ଼ରେ ୮୦ ବର୍ଷୀଆ ବୃଦ୍ଧ ବାପାର ମୃତ୍ୟୁ ଘଟିଛି। ଏହିଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲା ଉମେରକୋଟ ବ୍ଲକ ବଡ଼ବାସିନୀ ଗ୍ରାମରେ। ପୁଅ ବିଶ୍ୱନାଥ ରଜଗଣ୍ଡ ନିଜ ୮୦ବର୍ଷୀୟ ବୃଦ୍ଧ ବାପା ସାଧୁ ରଜ ଗଣ୍ଡଙ୍କୁ ଶୋଇଥିବା ସମୟରେ ଟାଙ୍ଗିଆରେ ଆକ୍ରମଣ କରି ହତ୍ୟା କରିଛନ୍ତି। ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ପୁଅକୁ ଓ ହତ୍ୟାରେ ବ୍ୟବହୃତ ଟାଙ୍ଗିଆକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ସୂଚନା ଅନୁଯାୟୀ, ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅନ୍ତର୍ଗତ ସେମଳା ପଂଚାୟତ ଅଧୀନରେ ଥିବା ବଡ଼ବାସିନୀ ଗ୍ରାମର ସାଧୁ ରାଜଗଣ୍ଡ ବୟସ ୮୦ ବର୍ଷ, ଘରେ ଶୋଇଥିବା ସମୟରେ ପୁଅ ବିଶନାଥ ରାଜଗଣ୍ଡ ଏକ ଟାଙ୍ଗିଆରେ ସାଧୁ ରାଜଗଣ୍ଡଙ୍କ ଛାତି, ହାତ ଓ ଜଙ୍ଘକୁ ଆକ୍ରମଣ କରି ଲହୁ ଲୁହାଣ କରିଥିଲେ। ଏହି ସମୟରେ ବାପା ସାଧୁ ଚିତ୍କାର କରିବାରୁ ଘଟଣାସ୍ଥଳରୁ ପୁଅ ଫେରାର ହୋଇ ଯାଇଥିଲେ। ବାପାଙ୍କୁ ଆକ୍ରମଣ ହୋଇଥିବା ଖବର ପାଇ ଝିଅ ଲକ୍ଷ୍ମୀ ଦୁରୁଆ(୩୦)ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ବାପାଙ୍କୁ ଉଦ୍ଧାର କରି ଉମରକୋଟ ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ପରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ସାଧୁ ରାଜଗଣ୍ଡଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଉମରକୋଟ ଥାନାରେ ଏକ ଲିଖିତ ଅଭିଯୋଗ ପରେ ପୋଲିସ ଅଭିଯୁକ୍ତ ପୁଅକୁ ଗିରଫ କରିବା ସହ ହତ୍ୟାରେ ବ୍ୟବହୃତ ଟାଙ୍ଗିଆକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା ହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଅଭିଯୋଗକୁ ଭିତ୍ତିକରି ପୋଲିସ ଟିମ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri