ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଡ଼ା ପ୍ରତିକ୍ରିୟା ଦେଇଛନ୍ତି। ଶାହା କହିଛନ୍ତି, ଖାର୍ଗେ ମୋଦିଙ୍କ ପିତାଙ୍କୁ ନେଇ ଅଭଦ୍ର ମନ୍ତବ୍ୟ ଦେଇ ସମସ୍ତ ମର୍ଯ୍ୟାଦା ଉଲ୍ଲଂଘନ କରିଛନ୍ତି । ଏହା ପ୍ରଥମ ଘଟଣା ନୁହେଁ, ପୂର୍ବରୁ ମଧ୍ୟ କଂଗ୍ରେସ ମୋଦି ଏବଂ ତାଙ୍କ ପରିବାରକୁ ନେଇ ଅପମାନଜନକ ମନ୍ତବ୍ୟ ଦେଇଥିବା ସେ ଅଭିଯୋଗ କରିଛନ୍ତି।

ନିଜର ଏକ୍ସ ପୋଷ୍ଟରେ ଶାହା କହିଛନ୍ତି, କେବେ ମୋଦିଙ୍କ ମାଆଙ୍କୁ ନେଇ ଅପଶବ୍ଦ ପ୍ରୟୋଗ କରାଯାଇଛି, ତ କେବେ ତାଙ୍କୁ ‘ମୃତ୍ୟୁର ସୌଦାଗର’ ଏବଂ ‘ଚା’ ବିକାଳି’ କହି ତାଙ୍କ ଗରିବ ପୃଷ୍ଠଭୂମିକୁ ପରିହାସ କରାଯାଇଛି । ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ କଂଗ୍ରେସ ପ୍ରତିଦିନ ଅଭଦ୍ରତାର ସୀମା ଅତିକ୍ରମ କରୁଥିବା ସେ କହିଛନ୍ତି। ଲଗାତାର ନିର୍ବାଚନୀ ପରାଜୟ ଯୋଗୁଁ କଂଗ୍ରେସ ହତାଶ ହୋଇପଡ଼ିଛି ଏବଂ ଦଳ ପାଖରେ ନୀତି କିମ୍ବା ପ୍ରସଙ୍ଗ ନାହିଁ, କେବଳ ଗାଳିଗୁଲଜର ରାଜନୀତି ରହିଛି ବୋଲି ଶାହ ଅଭିଯୋଗ କରିଛନ୍ତି।

ସୂଚନା ଅନୁଯାୟୀ, ପାଟନାର ବାପୁ ସଭାଗାରରେ ଏକ ସଭାକୁ ସମ୍ବୋଧିତ କରିବା ସମୟରେ ଖାର୍ଗେ ପଶ୍ଚିମବଙ୍ଗ, ବିହାର, ମହାରାଷ୍ଟ୍ର ଏବଂ ହରିୟାଣାର ସରକାରଙ୍କୁ ‘ଚୋରିର ସରକାର’ ଏବଂ ‘ଭୋଟ୍‌ ଚୋରି କରି ଗଠିତ ସରକାର’ ବୋଲି କହିଥିଲେ । ଏହି ସମୟରେ ଜଣେ ବ୍ୟକ୍ତି ‘ମୋଦି କେବେ ଯିବେ ନାହିଁ’ ବୋଲି କହିବାରୁ ଖାର୍ଗେ ମଞ୍ଚରୁ ଜବାବ ଦେଇ କହିଥିଲେ, ‘ମୋଦିଙ୍କ ବାପା ମଧ୍ୟ ଯିବେ ।’ ଏହି ମନ୍ତବ୍ୟକୁ ନେଇ ସଭାରେ ହୋହଲ୍ଲା ସୃଷ୍ଟି ହୋଇଥିଲା।

ଖାର୍ଗେଙ୍କ ଏହି ବୟାନକୁ ନେଇ ଶାହାଙ୍କ ପ୍ରତିକ୍ରିୟା ପରେ ଭାଜପା ଓ କଂଗ୍ରେସ ମଧ୍ୟରେ ରାଜନୈତିକ ବାକ୍‌ଯୁଦ୍ଧ ଆହୁରି ତୀବ୍ର ହେବାର ସମ୍ଭାବନା ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

ଧାର ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଏକ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଜି. ଆପ୍ପା ରାଓ ଏବଂ ତାଙ୍କ ପୁଅ…

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର…

ଗୋଟିଏ ଦିନରେ ୪୮ ଜୁଆ ଆଡ୍ଡାରେ ଚଢ଼ାଉ: ୨୮୭ ଜୁଆଡ଼ି ଗିରଫ, ୯ ଲକ୍ଷ ଟଙ୍କା ଜବତ

ଛତ୍ରପୁର,୨୫।୧୦(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପାର୍ବଣ ଋତୁରେ ଗଞ୍ଜାମ ଜିଲାରେ ଜୁଆ ଖେଳ ଉପରେ ପୋଲିସର ଚଢ଼ାଉ ଅଭିଯାନ ଜାରି ହୋଇଛି। ଗତ ୫ ଦିନ ମଧ୍ୟରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?