ହାଇଦ୍ରାବାଦ୍‌କୁ ଝଟ୍‌କା, ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ଏହି ଅଷ୍ଟ୍ରେଲୀୟ ଖେଳାଳି

ଦୁବାଇ, ୨୩।୯: ଆଇପିଏଲ୍‌-୧୩ତମ ସଂସ୍କରଣ ଆରମ୍ଭରୁ ସନ୍‌ରାଉଜର୍ସ ହାଇଦ୍ରାବାଦ୍‌ ଟିମ୍‌କୁ ଝଟ୍‌କା ଲାଗିଛି। ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରଠାରୁ ହାରିଥିବା ହାଇଦ୍ରାବାଦର ଅଭିଜ୍ଞ ଅଲ୍‌ରାଉଣ୍ଡ ମିଚେଲ୍‌ ମାର୍ଶ ଟୁର୍ନାମେଣ୍ଟରୁ ବାହାର ହୋଇଯାଇଛନ୍ତି। ଆଘାତଜନିତ ସମସ୍ୟା ଲାଗି ମାର୍ଶ ଆଇପିଏଲ୍‌ର ଚଳିତ ସିଜନର ବଳକା ମ୍ୟାଚ୍‌ ଖେଳିବେ ନାହିଁ। ଏହି ଅଷ୍ଟ୍ରେଲୀୟ ଅଲ୍‌ରାଉଣ୍ଡରଙ୍କ ସ୍ଥାନରେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍ଡର ହାଇଦ୍ରାବାଦ୍‌ ଦଳରେ ସାମିଲ ହୋଇଛନ୍ତି।
ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ମାତ୍ର ୪ଟି ବଲ୍‌ ବୋଲିଂ କରିବା ପରେ ମାର୍ଶ ଆହତ ହୋଇଥିଲେ। ତାଙ୍କ ଗୋଡ଼ରେ ଆଘାତ ଲାଗିଥିଲା। ଫଳରେ ସେ ଆଉ ବୋଲିଂ କରିପାରି ନ ଥିଲେ। ଅଷ୍ଟ୍ରେଲିଆର ଗତ ଇଂଲଣ୍ଡ ଗସ୍ତ ସମୟରେ ମାର୍ଶ ବେଶ୍‌ ପ୍ରଭାବୀ ପ୍ରଦର୍ଶନ କରିଥିଲେ। ମିଚେଲ ଟୁର୍ନାମେଣ୍ଟରୁ ବାହାରି ଯାଇଛନ୍ତି ବୋଲି ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପକ୍ଷରୁ ଏହାର ଅଫିସିଆଲ ଟୁଇଟର୍‌ ଆକାଉଣ୍ଟରେ ଏକ ବିବୃତ୍ତିରେ କୁହାଯାଇଛି। ତାଙ୍କ ସ୍ଥାନରେ ଜାସନ ହୋଲ୍ଡର ଦଳରେ ସାମିଲ ହୋଇଥିବା ଏଥିରେ ସୂଚନା ଦିଆଯାଇଛି। ଏଠାରେ ଉଲ୍ଲେଖଯୋଗ୍ୟ, ହୋଲ୍ଡର ଶେଷଥର ପାଇଁ ୨୦୧୬ରେ ଆଇପିଏଲ୍‌ ଖେଳିଥିଲେ। ସେହି ସିଜନରେ ସେ କୋଲକାତା ନାଇଟ୍‌ ରାଇଡର୍ସ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ଏହାବାଦ୍‌ ହୋଲ୍ଡର ଚେନ୍ନାଇ ସୁପର୍‌ କିଙ୍ଗ୍ସରୁ ମଧ୍ୟ ଖେଳି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri