Posted inଖେଳ

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ଏହି କ୍ରିକେଟରଙ୍କ ସ୍ତ୍ରୀ

ମହେନ୍ଦ୍ର ସିଂ ଧୋନୀଙ୍କୁ ଟି-୨୦ ଏବଂ ଏକଦିବସୀୟ କ୍ରିକେଟର୍‌ ବାଦ୍‌ଶାହ ବୋଲି କୁହାଯାଏ। ତାଙ୍କ ନାଁରେ ଅନେକ ରେକର୍ଡ ମଧ୍ୟ ରହିଛି। ଏବେ ଧୋନୀ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଥିବାରୁ ତାଙ୍କ ନାଁରେ ଥିବା ରେକର୍ଡ ଧୀରେ ଧୀରେ ଭାଙ୍ଗିବା ଆରମ୍ଭ ହେଲାଣି। ଧୋନୀ ଟି-୨୦ରେ ଉଇକେଟ୍‌ ପଛରେ ସର୍ବାଧିକ ଶିକାର କରିଥିବା ରେକର୍ଡ ହାସଲ କରିଥିଲେ। ଏବେ ଏହି ରେକର୍ଡ ଭାଙ୍ଗିଛି। ସବୁଠୁ ଖାସ୍‌ କଥା ହେଉଛି ଏହି ରେକର୍ଡକୁ କୌଣସି ପୁରୁଷ କ୍ରିକେଟର୍‌ ନୁହେଁ, ଜଣେ ମହିଳା କ୍ରିକେଟର୍‌ ଭାଙ୍ଗିଛନ୍ତି। ଅଷ୍ଟ୍ରେଲିଆର ପ୍ରସିଦ୍ଧ ବୋଲର୍‌ ମିଚେଲ ଷ୍ଟାର୍କଙ୍କ ସ୍ତ୍ରୀ ତଥା କ୍ରିକେଟର୍‌ ଏଲିସା ହିଲି ଏହି ରେକର୍ଡ ଭାଙ୍ଗିଛନ୍ତି। ଅନ୍ତର୍ଜାତୀୟ ଟି-୨୦ରେ ଧୋନୀ ମୋଟ ୯୧ଟି ଶିକାର କରିଥିଲେ। ଏଲିସା ବ୍ରିସବେନ୍‌ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଏହି ରେକର୍ଡ ଭାଙ୍ଗିଥିଲେ। ସେ ଏହି ମ୍ୟାଚ୍‌ରେ ଗୋଟିଏ ଷ୍ଟମ୍ପିଂ ଏବଂ ଗୋଟିଏ କ୍ୟାଚ୍‌ ନେଇଥିଲେ। ଏହାକୁ ମିଶାଇ ଏଲିସାଙ୍କ ମୋଟ ୯୨ଟି ଶିକାର କରିଛନ୍ତି। ସେ ୧୧୪ଟି ମ୍ୟାଚ୍‌ ଖେଳି ୯୯ଟି ପାଳିରେ ୫୦ଟି ଷ୍ଟମ୍ପିଂ ଏବଂ ୪୨ଟି କ୍ୟାଚ୍‌ ନେଇଛନ୍ତି। ସେହିପରି ଧୋନୀ ୯୮ ମ୍ୟାଚ୍‌ରେ ୯୭ଟି ପାଳି ଖେଳି ୩୪ଟି ଷ୍ଟମ୍ପିଂ ଏବଂ ୫୭ଟି କ୍ୟାଚ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri