Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କଲେ ମିତାଲି

ନୂଆଦିଲ୍ଲୀ,୮।୬: ଭାରତୀୟ ମହିଳା କ୍ରିକେଟର ଟେଷ୍ଟ ଏବଂ ଦିନିକିଆ ଟିମ୍‌ର ଅଧିନାୟକ ମିତାଲି ରାଜ ଅନ୍ତର୍ଜାତୀୟ କ୍ରିକେଟର ସବୁ ଫର୍ମାଟରୁ ସନ୍ୟାସ ଘୋଷଣା କରିଛନ୍ତି। ୩୯ ବର୍ଷୀୟ ମିତାଲି ଅନ୍ତର୍ଜାତୀୟ କ୍ରିକେଟରେ ପ୍ରତିନିଧିତ୍ୱ କରି ଅନେକ ରେକର୍ଡ ନିଜ ନାମରେ କରିଛନ୍ତି। ମହିଳା ଦିନିକିଆରେ ସର୍ବାଧିକ ରନ ହାସଲ କରିବାର ରେକର୍ଡ ମିତାଲିଙ୍କ ନାଁରେ ରହିଛି। ସେ ଭାରତ ପାଇଁ ୨୩୨ଟି ମ୍ୟାଚ ଖେଳି ୫୦.୬୮ ହାରରେ ୭୮୦୫ ରନ କରିଛନ୍ତି। ତାଙ୍କର ଏହି ଉପଲବ୍ଧିକୁ ବିଶ୍ୱର କୌଣସି ମହିଳା କ୍ରିକେଟର ଅତିକ୍ରମ କରି ପାରି ନାହାନ୍ତି। ନିକଟରେ ନ୍ୟୁଜିଲ୍ୟାଣ୍ଡରେ ଖେଳା ଯାଇଥିବା ଦିନିକିଆ ମହିଳା ବିଶ୍ୱକପରେ ମିତାଲି ଭାରତର ନେତୃତ୍ୱ ନେଇଥିଲେ।

ମିତାଲି ଟୁଇଟ କରି ଅନ୍ତର୍ଜାତୀୟ କ୍ରିକେଟର ସବୁ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ ନିଜ ପୋଷ୍ଟରେ ଲେଖିଛନ୍ତି, ଦୀର୍ଘ ବର୍ଷ ଧରି ଆପଣମାନଙ୍କ ସହଯୋଗ ଓ ସମର୍ଥନ ପାଇଁ ଧନ୍ୟବାଦ। ମୁଁ ଆପଣମାନଙ୍କ ସମର୍ଥନ ଓ ଆର୍ଶୀବାଦ ସହ ଦ୍ୱିତୀୟ ଇନିଂସ ଆରମ୍ଭ କରିବାକୁ ଯାଉଛି। ପ୍ରଥମେ ଖେଳାଳି ଓ ପରେ ଭାରତୀୟ ମହିଳା ଟିମ ଅଧିନାୟକ ଭାବେ ମୋତେ ବହୁତ ସମର୍ଥନ ମିଳିଛି। ଭାରତର ନେତୃତ୍ୱ ଦୀର୍ଘ ବର୍ଷ ଧରି ନେବା ଗର୍ବର ବିଷୟ। ମୋ ୨୩ ବର୍ଷର ଯାତ୍ରା ସମ୍ଭବତଃ ଶେଷ ହୋଇ ଯାଇଛି। କିନ୍ତୁ ମୁଁ ଯେଉଁ ଖେଳକୁ ଏତେ ଭଲ ପାଉଛି, ନିଶ୍ଚିତ ତା’ ସହ ଯୋଡ଼ି ହୋଇ ରହିବି। ଭାରତ ତଥା ବିଶ୍ୱରେ ମହିଳା କ୍ରିକେଟର ଉନ୍ନତି ପାଇଁ ମୁଁ ଯଥା ସମ୍ଭବ ଚେଷ୍ଟା କରିବି ବୋଲି ମିତାଲି କହିଛନ୍ତି। ଏହାଛଡ଼ା ସେ ସ୍ବତନ୍ତ୍ର ଭାବେ ବିସିସିଆଇ ଓ ସମ୍ପାଦକ ଜୟ ଶାହଙ୍କୁ ଧନ୍ୟବାଦ ଦେଇଛନ୍ତି।

୧୯୯୯ ଜୁନରେ ମିତାଲି ୧୬ ବର୍ଷ ବୟସରେ ଆୟର୍ଲ୍ୟାଣ୍ଡ ବିପକ୍ଷରେ ଭାରତ ପାଇଁ ଡେବ୍ୟୁ କରିଥିଲେ। ଏହାପରଠାରୁ ସେ ପଛକୁ ଫେରି ଚାହିଁନାହାନ୍ତି। ଦୀର୍ଘ ୨ ଦଶନ୍ଧିରୁ ଅଧିକ ସମୟ ଧରି ଭାରତୀୟ ମହିଳା କ୍ରିକେଟର ସଦସ୍ୟ ଓ ଅଧିନାୟକ ହୋଇଥିବା ମିତାଲି ଅନେକ ରେକର୍ଡର ଅଧିକାରୀ। ତାଙ୍କ ନେତୃତ୍ୱରେ ଭାରତୀୟ ମହିଳା ଦଳ ୨୦୧୭ ବିଶ୍ୱକପ ଫାଇନାଲ ଖେଳିଥିଲା। ତେବେ ଇଂଲଣ୍ଡଠାରୁ ଦଳ ହାରି ଯାଇଥିଲା। ୨୦୦୫ ମସିହା ଦିନିକିଆ ମହିଳା ବିଶ୍ୱକପ ଫାଇନାଲରେ ଭାରତ ପ୍ରତିପକ୍ଷ ଅଷ୍ଟ୍ରେଲିଆଠାରୁ ହାରିଥିଲା। ଏହି ସମୟରେ ମଧ୍ୟ ମିତାଲି ଦଳର ଅଧିନାୟକ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri