Posted inଖେଳ

ଇତିହାସ ରଚିଲେ ମିତାଲି

ଖ୍ରୀଷ୍ଟଚର୍ଚ୍ଚ,୨୭।୩: ଆଇସିସି ମହିଳା ବିଶ୍ୱକପରେ ଭାରତ ଦକ୍ଷିଣ ଆଫ୍ରିକାଠାରୁ ପରାସ୍ତ ହୋଇ ବିଶ୍ୱକପ୍‌ ସେମିଫାଇନାଲ୍‌ରୁ ବାଦ୍‌ ପଡିଛି। ଶେଷ ଲିଗ୍‌ ମ୍ୟାଚରେ ଟିମ ଇଣ୍ଡିଆର ଅଧିନାୟକ ମିତାଲି ରାଜ ତାଙ୍କ ପାଇଁ ଆଉ ଏକ ସଫଳତା ହାସଲ କରିଛନ୍ତି। ଖ୍ରୀଷ୍ଟଚର୍ଚର ହାଗଲି ଓଭାଲରେ ଖେଳାଯାଉଥିବା ଏହି କର ବା ମର ମ୍ୟାଚରେ ସେ ଚମତ୍କାର ବ୍ୟାଟିଂ କରି ଅର୍ଦ୍ଧଶତକ ହାସଲ କରିଥିଲେ। ଏହାସହ ମହିଳା ବିଶ୍ୱକପରେ ସର୍ବକନିଷ୍ଠ ଏବଂ ବରିଷ୍ଠ ଖେଳାଳି ଭାବେ ଅର୍ଦ୍ଧଶତକ ହାସଲ କରିଛନ୍ତି ମିତାଲି। ୨୨ ବର୍ଷ ପୂର୍ବେ ୨୦୦୦ ନଭେମ୍ବର ୩୦ରେ ମିତାଲି ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖ୍ରୀଷ୍ଟଚର୍ଚ୍ଚରେ ସମାନ ଗ୍ରାଉଣ୍ଡରେ ଖେଳାଯାଇଥିବା ମହିଳା ବିଶ୍ୱକପ ମ୍ୟାଚରେ ୬୯ରନର ଅପରାଜିତ ଇନିଂସ ଖେଳିଥିଲେ। ମିତାଲିଙ୍କୁ ସେତେବେଳେ ୧୭ ବର୍ଷ ବୟସ ହୋଇଥିଲା। ଅଜବ ସଂଯୋଗବଶତଃ ସେ ଚଳିତ ମହିଳା ବିଶ୍ୱକପ୍‌ରେ ସମାନ ଗ୍ରାଉଣ୍ଡରେ ସବୁଠୁ ବରିଷ୍ଠ ଖେଳାଳି ଭାବେ ଅର୍ଦ୍ଧଶତକ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ମିତାଲିଙ୍କ ଏବେ ୩୯ ବର୍ଷ।
ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇନିଂସ ଓପନ୍‌ କରିଥିବା ଶେଫାଳୀ ବର୍ମା ଆକ୍ରମଣାତ୍ମକ ଆରମ୍ଭ କରିଥିଲେ। ଦ୍ରୁତ ବ୍ୟାଟିଂ କରି ସେ ୪୬ ବଲରେ ୫୩ରନ ସଂଗ୍ରହ କରିଥିଲେ। ଶେଫାଳୀ ତାଙ୍କ ଇନିଂସରେ ୪ଟି ଚୌକା ମାରିଥିଲେ। ସେ ପ୍ରଥମ ଉଇକେଟ ପାଇଁ ସ୍ମୃତି ମନ୍ଧାନାଙ୍କ ସହ ୯୧ ରନ ଭାଗିଦାରୀ ବାଣ୍ଟିଥିଲେ। ୮୪ ବଲରୁ ୭୧ ରନରେ ମନ୍ଧାନା ଆଉଟ୍‌ ହୋଇଥିଲେ। ଏହି ସମୟ ମଧ୍ୟରେ ଟିମ ଇଣ୍ଡିଆର ଅଧିନାୟକ ମିତାଲି ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ୮୪ ବଲରେ ୬୮ ରନ ସଂଗ୍ରହ କରିଥିଲେ। ହରମାନପ୍ରୀତ କୌର ରନ କରିଥିଲେ। ଏହି ସମସ୍ତ ବ୍ୟାଟ୍ସମ୍ୟାନଙ୍କ ଦୃଢ ବ୍ୟାଟିଂ ହେତୁ ଭାରତ ୭ ଉଇକେଟ ହରାଇ ୨୭୪ ରନ ସ୍କୋର କରିବାରେ ସଫଳ ହୋଇଥିଲା।
ଦକ୍ଷିଣ ଆଫ୍ରିକା ବିପକ୍ଷ ଭାରତୀୟ ଇନିଂସରେ ମିତାଲି ରାଜ ତାଙ୍କ ନାମରେ ଏକ ନିଆରା ସଫଳତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri