Posted inଖେଳ

ଦିନିକିଆରେ ୭ ହଜାର ରନ ପୂରଣରେ ମିଥାଲି ପ୍ରଥମ

ଲକ୍ଷ୍ନୌ, ୧୫ା୩ (ପି.ଟି.)- ଭାରତର ଭେଟେରାନ ବ୍ୟାଟ୍ସଓମ୍ୟାନ ମିଥାଲି ରାଜ ଆଉ ଏକ କୀର୍ତ୍ତିମାନ ଅର୍ଜନ କରିଛନ୍ତି। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ୭,୦୦୦ ରନ ପୂରଣ କରିବାରେ ସେ ପ୍ରଥମ ମହିଳା କ୍ରିକେଟର ହୋଇଛନ୍ତି। ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଅନ୍ତର୍ଜାତୀୟ ଦିନିକିଆରେ ସେ ଏହି ସଫଳତା ହାସଲ କରିଛନ୍ତି। ଭାରତୀୟ ଅଧିନାୟିକା ତାଙ୍କ ୨୧୩ତମ ମ୍ୟାଚରେ ୭,୦୦୦ରନ ମାଇଲଖୁଣ୍ଟ ହାସଲ କରିଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଟୁଇଟ କରି ମିଥାଲିଙ୍କର ଉଚ୍ଚପ୍ରଶଂସା କରିଛି। ୩୮ ବର୍ଷୀୟା ବ୍ୟାଟ୍ସଓମ୍ୟାନ ୧୯୯୯ରେ ତାଙ୍କ ଅନ୍ତର୍ଜାତୀୟ ପଦାର୍ପଣ କରିଥିଲେ। ମହିଳା ଅନ୍ତର୍ଜାତୀୟ ଦିନିକିଆରେ ୬,୦୦୦ ରନ ପୂରଣ କରିବାରେ ମଧ୍ୟ ସେ ପ୍ରଥମ ଖେଳାଳି। ଦିନିକିଆରେ ସର୍ବାଧିକ ରନ ସଂଗ୍ରହ କରିବା ତାଲିକାରେ ଇଂଲଣ୍ଡର ଚାର୍ଲୋଟ ଏଡଓ୍ବାଡର୍‌ସ ମିଥାଲିଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେ ୫,୯୯୨ ରନ ସଂଗ୍ରହ କରିଛନ୍ତି। ରବିବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଦିନିକିଆର ୩୮ତମ ଓଭରରେ ମିଡିୟମ ପେସର ଟୁମି ଶେଖୁହୁନେଙ୍କ ଦ୍ୱାରା ଆଉଟ ହେବା ପୂର୍ବରୁ ସେ ୭୧ ବଲ୍‌ରେ ୪୫ ରନ କରିସାରିଥିଲେ। ଏହାମଧ୍ୟରେ ତାଙ୍କର ୪ଟି ଚୌକା ସାମିଲ। ଶୁକ୍ରବାର ଅନୁଷ୍ଠିତ ତୃତୀୟ ମ୍ୟାଚରେ ମିଥାଲି ପ୍ରଥମ ଭାରତୀୟ ଏବଂ ଅନ୍ତର୍ଜାତୀୟସ୍ତରରେ ଦ୍ୱିତୀୟ ଖେଳାଳି ହିସାବରେ ଖେଳର ସମସ୍ତ ଫର୍ମାଟରେ ୧୦,୦୦୦ ରନ ପୂରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?