Posted inଜାତୀୟ

ଏଠି ମାରିବି ଶ୍ମଶାନରେ ପଡ଼ିବ

କୋଲକାତା,୧୬।୬: ଭାଜପା ନେତା ତଥା ବଲିଉଡ୍‌ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ବୁଧବାର ମିଥୁନ ଦା’ଙ୍କ ଜନ୍ମଦିନ ଥିବା ବେଳେ ମାନିକତଲା ପୋଲିସ ଭର୍ଚୁଆଲରେ ତାଙ୍କୁ ପଚରାଉଚରା କରୁଛି। ସକାଳ ୧୦ଟା୦୫ରୁ ଏଯାଏ ପୋଲିସ ତାଙ୍କୁ ଭାଜପା ରାଲିରେ ଦେଇଥିବା ବିବାଦୀୟ ବୟାନ ଉପରେ ପଚରାଉଚରା କରୁଥିବା ଜଣାପଡ଼ିଛି। ଏଥିସହ ମିଥୁନଙ୍କ ବୟାନ ରେକର୍ଡ ମଧ୍ୟ କରାଯାଉଛି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମାର୍ଚ୍ଚର ପ୍ରଥମ ସପ୍ତାହରେ ମିଥୁନ ଚକ୍ରବର୍ତ୍ତୀ ଭାଜପାରେ ସାମିଲ ହୋଇଥିଲେ। କୋଲକାତାର ବ୍ରିଗେଡ ଗ୍ରାଉଣ୍ଡରେ ସେ ଭାଜପାର ହାତ ଧରିଥିଲେ। ଏହି ସମୟରେ ମିଥୁନ ମଞ୍ଚ ଉପରେ ରଣହୁଙ୍କାର ଦେବା ସହ କହିଥିଲେ, ମୁଁ ଜଣେ କୋବ୍ରା। ଯଦି କେହି ଅଧିକାର ଛଡ଼ାଇ ନିଅନ୍ତି ତେବେ ମୁଁ ଠିଆ ହୋଇଯିବି। ଏତଦ୍‌ ବ୍ୟତୀତ ମିଥୁନ ତାଙ୍କର ଏକ ବେଶ୍‌ ଜଣାଶୁଣା ଡାଇଲଗ୍‌ ଏଠି ମାରିବି, ଶ୍ମଶାନରେ ପଡ଼ିବ ବୋଲି କହିଥିଲେ। ତାଙ୍କର ଏହି ବୟାନକୁ ନେଇ କୋଲକାତା ମାନିକତଲା ପୋଲିସ ଥାନାରେ ଅଭିଯୋଗ କରାଯାଇଥିଲା। ମିଥୁନଙ୍କ ଏହି ବୟାନ ଯୋଗୁ ପଶ୍ଚିମବଙ୍ଗରେ ନିର୍ବାଚନ ପରେ ହିଂସା ସୃଷ୍ଟି ହୋଇଥିଲା ବୋଲି ଏହି ଅଭିଯୋଗରେ ଉଲ୍ଲେଖ କରାଯାଇଛି। ତେବେ ପୋଲିସ ମିଥୁନଙ୍କ ବିରୋଧରେ ଏକ ମାମଲା ରୁଜୁ କରି ପଚରାଉଚରା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?