Posted inଜାତୀୟ

ଝାଡଖଣ୍ଡରେ ପ୍ରଚାର କରୁଥିଲେ ମିଥୁନ, ହୋଇଗଲା ପକେଟ୍‌ମାର୍‌

ରାଞ୍ଚି,୧୪।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଯାଇଥିବା ଭାଜପା ନେତା ତଥା ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀଙ୍କ ପକେଟମାର୍‌ ହୋଇଛି। ମିଥୁନ ପ୍ରଚାର କରିବାକୁ ପହଞ୍ଚିଥିବା ମଞ୍ଚରୁ ତାଙ୍କ ପର୍ସ ଚୋରି ହେବା ନେଇ ଘୋଷଣା କରାଯାଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଛି। ତାଙ୍କ ପର୍ସ ଫେରାଇ ଦେବାକୁ ମଧ୍ୟ ଅନୁରୋଧ କରାଯାଉଥିବା ଦେଖିବାକୁ ମିଳିଛି।

ଝାଡ଼ଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଧନବାଦ ଜିଲା ନିରସା ବିଧାନସଭା ନିର୍ବାଚନ ମଣ୍ଡଳୀରେ ପହଞ୍ଚିଥିଲେ ଭାଜପାର ଷ୍ଟାର ପ୍ରଚାରକ ମିଥୁନ ଚକ୍ରବର୍ତ୍ତୀ। ଏଠାରୁ ଭାଜପା ପ୍ରାର୍ଥୀ ହୋଇଥିବା ଅପର୍ଣ୍ଣା ସେନଗୁପ୍ତାଙ୍କ ପକ୍ଷରୁ ଏକ ରାଲି ଅନୁଷ୍ଠିତ ହୋଇଥିଲା। ଏହି ରାଲିରେ ଯୋଗ ଦେଇ ଭାଜପା ପାଇଁ ଭୋଟ ମାଗିବାକୁ ଆସିଥିଲେ ମିଥୁନ। ଏଠାରେ ସୁପରଷ୍ଟାରଙ୍କୁ ଦେଖିବାକୁ ପ୍ରବଳ ଲୋକଙ୍କ ଭିଡ଼ ଜମିଥିଲା। ମିଥୁନଙ୍କ ସହ ସେଲ୍ଫି ନେବା ପାଇଁ ମଧ୍ୟ ପ୍ରଶଂସକଙ୍କ ଲାଇନ ଲାଗିଥିଲା।

ଏତେ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା ନଥିବା କୁହାଯାଉଛି। ଯାହାର ସୁଯୋଗ ନେଇ ସେହି ଭିଡ଼ରୁ କେହି ମିଥୁନଙ୍କ ପକେଟରୁ ପର୍ସ ନେଇଯାଇଛି। ଜନସଭାରେ ସାମିଲ ହେବାକୁ ଯାଇଥିବାବେଳେ ସେ ନିଜ ପକେଟରୁ ପର୍ସ ଚୋରି ହୋଇଯାଇଥିବା ଜାଣିବାକୁ ପାଇଥିଲେ। ଏନେଇ ସେ ଅନ୍ୟ ଭାଜପା ନେତାଙ୍କୁ ମଧ୍ୟ ସୂଚନା ଦେଇଥିଲେ। ପର୍ସରେ ଅଭିନେତାଙ୍କର ଅନେକ ଜରୁରୀ ଦସ୍ତାବିଜ ଥିବା ସେ କହିଥିଲେ। ମଞ୍ଚରୁ ଅନେକ ଅନୁରୋଧ ସତ୍ତ୍ୱେ କେହି ତାଙ୍କ ପର୍ସ ଫେରାଇନଥିଲେ। ଫଳରେ ମଞ୍ଚରେ ଭାଷଣ ଦେବାପରେ ସେଠାରୁ ମିଥୁନ ତୁରନ୍ତ ଫେରିଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri