କେନ୍ଦ୍ରାପଡ଼ାରେ ମିତ୍ତଲ କରିବ ଷ୍ଟିଲ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୫ା୩(ବ୍ୟୁରୋ):କେନ୍ଦ୍ରାପଡ଼ା ଜିଲାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍‌ ୧୨ ନିୟୁତ ଟନ୍‌ର ଏକ ମେଗା ଇଣ୍ଟିିଗ୍ରେଟେଡ୍‌ ଷ୍ଟିଲ୍‌ ପ୍ଲାଣ୍ଟ ସ୍ଥାପନ କରିବ। ଏଥିପାଇଁ ୫୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଏ ନେଇ ଗୁରୁବାର ଲୋକସେବା ଭବନର ନୂଆ କନ୍‌ଭେନଶନ ସେଣ୍ଟରରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍‌ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଏମ୍‌ଓୟୁ ସ୍ବାକ୍ଷର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆର୍ସେଲର ମିତ୍ତଲ ଅଧ୍ୟକ୍ଷ ଲକ୍ଷ୍ମୀନିବାସ ମିତ୍ତଲ ଉପସ୍ଥିତ ଥିଲେ। ଏମ୍‌ଓୟୁ ସ୍ବାକ୍ଷର ପୂର୍ବରୁ ବିଶିଷ୍ଟ ଶିଳ୍ପପତି ମିତ୍ତଲ ଗୁରୁବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍‌ କରି ଓଡ଼ିଶାରେ ଥିବା ବିଭିନ୍ନ ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ।
ସୂଚନାଯୋଗ୍ୟ, ୨୦୨୦ ଡିସେମ୍ବରରେ କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ାଠାରେ ଏକ ଇସ୍ପାତ ଶିଳ୍ପ ସ୍ଥାପନ କରିବା ପାଇଁ ତତ୍କାଳୀନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି. କେ. ପାଣ୍ଡିଆନ କ୍ଷେତ୍ର ପରିଦର୍ଶନ କରିଥିଲେ। ଏ ନେଇ ଉଭୟ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। କେନ୍ଦ୍ରାପଡ଼ାଠାରେ ଇସ୍ପାତ ଶିଳ୍ପ ସ୍ଥାପନ କରିବାକୁ ମୁଖ୍ୟମନ୍ତ୍ରୀ ମିତ୍ତଲଙ୍କୁ ଅନୁରୋଧ କରିଥିଲେ। ପରେ ଆର୍ସେଲର ମିତ୍ତଲର ଏକ ବୈଷୟିକ ଟିମ୍‌ ମହାକାଳପଡ଼ା ଅଞ୍ଚଳ ବୁଲି ଫିଜିବିଲିଟି ଷ୍ଟଡି କରିବା ପରେ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ସ୍ଥାପନ ପାଇଁ ରାଜି ହୋଇଥିଲେ।

ଏହି ପ୍ଲାଣ୍ଟ ପାଇଁ ଇତିମଧ୍ୟରେ ରାଜ୍ୟ ସରକାର ମିତ୍ତଲକୁ କେନ୍ଦୁଝରଠାରେ ଏକ ବୃହତ୍‌ ଲୁହାପଥର ଖଣି ପ୍ରଦାନ କରିଛନ୍ତି। ଏହାଛଡ଼ା ପାରାଦୀପଠାରେ ଏସାର୍‌ ଷ୍ଟିଲ୍‌ର ପେଲେଟ ଶିଳ୍ପକୁ ମଧ୍ୟ ମିତ୍ତଲ ଅଧିଗ୍ରହଣ କରିଛି। ମହାକାଳପଡ଼ାରେ ଇସ୍ପାତ ଶିଳ୍ପ ସ୍ଥାପନ ହେଲେ ପେଲେଟ ତିଆରି କରି ବିଦେଶକୁ ରପ୍ତାନି କରିବାକୁ ମିତ୍ତଲକୁ ସୁବିଧା ହେବ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ରାଜ୍ୟରେ ଅଧିକ ଓଡ଼ିଆ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିପାରିବ। ଜିଲାର ଶିଳ୍ପ ବିକାଶ ହେବା ସହ ଲୋକମାନଙ୍କ ଆର୍ଥିକ ବିକାଶରେ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଆବଶ୍ୟକ ଜମି ଯୋଗାଇ ଦେବେ। ଜମି ଅଧିଗ୍ରହଣ ପ୍ରକ୍ରିୟା ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଇସ୍ପାତ ପ୍ରକଳ୍ପ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ଏଲ୍‌.ଏନ୍‌. ମିତ୍ତଲ କହିଛନ୍ତି। ଏମ୍‌ଓୟୁ ସ୍ବାକ୍ଷର ବେଳେ ସ୍ଥାନୀୟ ବିଧାୟକ ଅତନୁ ସବ୍ୟସାଚୀ ନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri