କେନ୍ଦ୍ରାପଡ଼ାରେ ମିତ୍ତଲ କରିବ ଷ୍ଟିଲ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୫ା୩(ବ୍ୟୁରୋ):କେନ୍ଦ୍ରାପଡ଼ା ଜିଲାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍‌ ୧୨ ନିୟୁତ ଟନ୍‌ର ଏକ ମେଗା ଇଣ୍ଟିିଗ୍ରେଟେଡ୍‌ ଷ୍ଟିଲ୍‌ ପ୍ଲାଣ୍ଟ ସ୍ଥାପନ କରିବ। ଏଥିପାଇଁ ୫୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଏ ନେଇ ଗୁରୁବାର ଲୋକସେବା ଭବନର ନୂଆ କନ୍‌ଭେନଶନ ସେଣ୍ଟରରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍‌ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଏମ୍‌ଓୟୁ ସ୍ବାକ୍ଷର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆର୍ସେଲର ମିତ୍ତଲ ଅଧ୍ୟକ୍ଷ ଲକ୍ଷ୍ମୀନିବାସ ମିତ୍ତଲ ଉପସ୍ଥିତ ଥିଲେ। ଏମ୍‌ଓୟୁ ସ୍ବାକ୍ଷର ପୂର୍ବରୁ ବିଶିଷ୍ଟ ଶିଳ୍ପପତି ମିତ୍ତଲ ଗୁରୁବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍‌ କରି ଓଡ଼ିଶାରେ ଥିବା ବିଭିନ୍ନ ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ।
ସୂଚନାଯୋଗ୍ୟ, ୨୦୨୦ ଡିସେମ୍ବରରେ କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ାଠାରେ ଏକ ଇସ୍ପାତ ଶିଳ୍ପ ସ୍ଥାପନ କରିବା ପାଇଁ ତତ୍କାଳୀନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି. କେ. ପାଣ୍ଡିଆନ କ୍ଷେତ୍ର ପରିଦର୍ଶନ କରିଥିଲେ। ଏ ନେଇ ଉଭୟ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। କେନ୍ଦ୍ରାପଡ଼ାଠାରେ ଇସ୍ପାତ ଶିଳ୍ପ ସ୍ଥାପନ କରିବାକୁ ମୁଖ୍ୟମନ୍ତ୍ରୀ ମିତ୍ତଲଙ୍କୁ ଅନୁରୋଧ କରିଥିଲେ। ପରେ ଆର୍ସେଲର ମିତ୍ତଲର ଏକ ବୈଷୟିକ ଟିମ୍‌ ମହାକାଳପଡ଼ା ଅଞ୍ଚଳ ବୁଲି ଫିଜିବିଲିଟି ଷ୍ଟଡି କରିବା ପରେ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ସ୍ଥାପନ ପାଇଁ ରାଜି ହୋଇଥିଲେ।

ଏହି ପ୍ଲାଣ୍ଟ ପାଇଁ ଇତିମଧ୍ୟରେ ରାଜ୍ୟ ସରକାର ମିତ୍ତଲକୁ କେନ୍ଦୁଝରଠାରେ ଏକ ବୃହତ୍‌ ଲୁହାପଥର ଖଣି ପ୍ରଦାନ କରିଛନ୍ତି। ଏହାଛଡ଼ା ପାରାଦୀପଠାରେ ଏସାର୍‌ ଷ୍ଟିଲ୍‌ର ପେଲେଟ ଶିଳ୍ପକୁ ମଧ୍ୟ ମିତ୍ତଲ ଅଧିଗ୍ରହଣ କରିଛି। ମହାକାଳପଡ଼ାରେ ଇସ୍ପାତ ଶିଳ୍ପ ସ୍ଥାପନ ହେଲେ ପେଲେଟ ତିଆରି କରି ବିଦେଶକୁ ରପ୍ତାନି କରିବାକୁ ମିତ୍ତଲକୁ ସୁବିଧା ହେବ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ରାଜ୍ୟରେ ଅଧିକ ଓଡ଼ିଆ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିପାରିବ। ଜିଲାର ଶିଳ୍ପ ବିକାଶ ହେବା ସହ ଲୋକମାନଙ୍କ ଆର୍ଥିକ ବିକାଶରେ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଆବଶ୍ୟକ ଜମି ଯୋଗାଇ ଦେବେ। ଜମି ଅଧିଗ୍ରହଣ ପ୍ରକ୍ରିୟା ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଇସ୍ପାତ ପ୍ରକଳ୍ପ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ଏଲ୍‌.ଏନ୍‌. ମିତ୍ତଲ କହିଛନ୍ତି। ଏମ୍‌ଓୟୁ ସ୍ବାକ୍ଷର ବେଳେ ସ୍ଥାନୀୟ ବିଧାୟକ ଅତନୁ ସବ୍ୟସାଚୀ ନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?