Posted inଖେଳ

ମିକ୍ସଡ୍‌ ଡବଲ୍ସ: ବାରବୋରା- ରାଜୀବ ଚାମ୍ପିୟନ

ମେଲବୋର୍ନ,୨୧।୨: ଅଷ୍ଟ୍ରେଲିଆନ ଓପନ ମିକ୍ସଡ ଡବଲ୍ସ ଇଭେଣ୍ଟରେ ଏଥର ଚେକ୍‌ ଗଣରାଜ୍ୟର ବାରବୋରା କ୍ରେଜ୍‌ସିକୋଭା ଓ ଆମେରିକାର ରାଜୀବ ରାମ ଚାମ୍ପିୟନ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଷଷ୍ଠ ସିଡ୍‌ ଏହି ଯୋଡି ୬-୧, ୬-୪ ସେଟ୍‌ରେ ଅତି ସହଜରେ ସ୍ଥାନୀୟ ଓ୍ବାଇଲ୍ଡ କାର୍ଡ ଯୋଡି ସାମନ୍ଥା ଷ୍ଟୋସୁର ଓ ମାଥ୍ୟୁ ଏବେଡେନଙ୍କୁ ହରାଇ ଟାଇଟଲ ହାସଲ କରିଛନ୍ତି। ଷ୍ଟୋସୁର ପୂର୍ବରୁ ୨୦୧୧ରେ ୟୁଏସ୍‌ ଓପନ ସିଙ୍ଗଲ୍ସ ଟାଇଟଲ ହାସଲ କରିଥିଲେ। ଫାଇନାଲ ମ୍ୟାଚ୍‌ରେ ସମ୍ପୂର୍ଣ୍ଣ ରୂପେ ପ୍ରଭାବ ବିସ୍ତାର କରି ଏହି ଚେକ୍‌ ଓ ଆମେରିକା ଯୋଡି ମାତ୍ର ୫୯ ମିନିଟ୍‌ରେ ମ୍ୟାଚ୍‌ ହାତେଇ ନେଇଥିଲେ। ଏଥି ସହିତ କ୍ରେଜସିକୋଭା ମେଲବୋର୍ନରେ କ୍ରମାଗତ ତୃତୀୟ ମିକ୍ସଡ ଡବଲ୍ସ ଟାଇଟଲ ହାସଲ କରିଛନ୍ତି। ସେ ୨୦୧୯ରେ ରାଜୀବ ଓ ଗତବର୍ଷ ନିକୋଲ ମେକ୍‌ଟିକଙ୍କ ସହିତ ଅଷ୍ଟ୍ରେଲିଆନ ଓପନ୍‌ ଟାଇଟଲ ହାସଲ କରିଥିଲେ। ସେ ମଧ୍ୟ ଶୁକ୍ରବାର ନିଜ ଦେଶର କାଟେରିନା ସିନିଆକୋଭାଙ୍କ ସହ ମହିଳା ଡବଲ୍ସ ଫାଇନାଲରେ ପ୍ରବେଶ କରିଥିଲେ ଓ ଏଲିସ୍‌ ମେର୍ଟେନ୍ସ ଏବଂ ଅରିନା ସାବାଲେଙ୍କାଙ୍କଠାରୁ ପରାସ୍ତ ହୋଇ ରନର୍ସ ଅପ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବରି; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri