Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ସମେତ ସରକାରରେ ରହିବେ ୧୨ ମନ୍ତ୍ରୀ, ଲାଲରିନପୁଇ ହେଲେ ରାଜ୍ୟର ପ୍ରଥମ ମହିଳା କ୍ୟାବିନେଟ ମନ୍ତ୍ରୀ

ଆଇଜଲ,୯।୧୨: ଜୋରାମ ପିପୁଲ୍ସ ମୁଭମେଣ୍ଟ (ଜେଡପିଏମ) ନେତା ଲାଲଦୁହୋମା (୭୩) ଶୁକ୍ରବାର ମିଜୋରାମର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ହରି ବାବୁ କମ୍ବମ୍ପତୀ ଲାଲଦୁହୋମାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଜେଡପିଏମର ଅନ୍ୟ ୧୧ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସେଥିମଧ୍ୟରୁ ୭ ଜଣଙ୍କୁ କ୍ୟାବିନେଟ ଏବଂ ୪ ଜଣଙ୍କୁ ରାଜ୍ୟ ମନ୍ତ୍ରୀ ମାନ୍ୟତା ଦିଆଯାଇଛି। ୪୦ ସଦସ୍ୟ ବିଶିଷ୍ଟ ମିଜୋରାମ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଲାଲଦୁହୋମାଙ୍କ ସମେତ ମୋଟ ୧୨ ଜଣ ମନ୍ତ୍ରୀ ରହିବେ।

ଜେଡପିଏମ ବିଧାନସଭା ଦଳର ଉପ ନେତା କେ ସାପଡଙ୍ଗାଙ୍କୁ ଗୃହ ବିଭାଗ ଦିଆଯାଇଛି। ଏହି ସହିତ ଲୁଙ୍ଗଲୁଇ ପୂର୍ବର ବିଧାୟକ ଲାଲରିନପୁଇ ମିଜୋରାମର ପ୍ରଥମ ମହିଳା କ୍ୟାବିନେଟ ମନ୍ତ୍ରୀ ହେବେ। ତାଙ୍କ ପାଖରେ ସ୍ବାସ୍ଥ୍ୟ, ସାମାଜିକ କଲ୍ୟାଣ, ଆଦିବାସୀ ବ୍ୟାପାର ତଥା ମହିଳା ଏବଂ ଶିଶୁ ବିକାଶ ଏବଂ ପର୍ଯ୍ୟଟନ ବିଭାଗ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri