ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଗୁରୁବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ନିଜେ ଏ ସମ୍ପର୍କରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏହି ଟୁଇଟ୍‌ରେ କହିଛନ୍ତି, ସେ ସୁସ୍ଥ ଥିବା ସହ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ମଧ୍ୟ ଅନୁରୋଧ କରିଛନ୍ତି। ଏହା ବ୍ୟତୀତ ବିଧାୟକଙ୍କ ପିଏସ୍‌ଓ, ଡ୍ରାଇଭର ଓ ରୋଷେୟା ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।