ବିଧାୟକ-ସରପଞ୍ଚଙ୍କ ସମର୍ଥକ ମୁହାଁମୁହିଁ

ବାଲେଶ୍ୱର ଅଫିସ, ୭ା୧ ବାଲେଶ୍ୱର ସଦର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିଲା। ଏଥିରେ ବିଧାୟକ ଉପସ୍ଥିତ ରହି ଭତ୍ତା ବଣ୍ଟନ କରୁଥିବା ବେଳେ କସିପଦା ଓ ବାହାବଳପୁର ସରପଞ୍ଚ ପହଞ୍ଚତ୍ ସେମାନଙ୍କୁ ନିମନ୍ତ୍ରଣ ଦେଇ ନ ଥିବା ଅଭିଯୋଗ କରିଥିଲେ। ଏହାକୁ ନେଇ ବିଧାୟକ ଓ ସରପଞ୍ଚଙ୍କ ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଥିଲା।
ଘଟଣାରୁ ପ୍ରକାଶ, ସଦର ବ୍ଲକର ୩୭ ପଞ୍ଚାୟତର ୬୬୬ ଜଣ ହିତାଧିକାରୀଙ୍କୁ ନୂଆ ଭତ୍ତା ପ୍ରଦାନ ପାଇଁ ପ୍ରଶାସନ ପକ୍ଷରୁ ସିଦ୍ଧାନ୍ତ କରାଯାଇଛି। କୋଭିଡ୍‌ ନିୟମକୁ ପାଳନ କରି ପ୍ରତି ପଞ୍ଚାୟତରେ ୧୫ଜଣ ଲେଖାଏଁ ହିତାଧିକାରୀଙ୍କୁ ଡକାଯାଇ ଭତ୍ତା କାର୍ଡ଼ ବଣ୍ଟନ କରାଯାଉଥିଲା। ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ବିଧାୟକ ସ୍ବରୂପ କୁମାର ଦାସ ଓ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଉପସ୍ଥିତ ରହି ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରୁଥିଲେ। ଏହି ସମୟରେ କସିପଦା ସରପଞ୍ଚ ଅନିତା ବେହେରା ଓ ବାହାବଳପୁର ପଞ୍ଚାୟତର ସରପଞ୍ଚ ରଶ୍ମିତା ମଣ୍ଡଳ ଉକ୍ତ ସ୍ଥାନରେ ପହଞ୍ଚତ୍ ତାଙ୍କ ପଞ୍ଚାୟତର ହିତାଧିକାରୀଙ୍କୁ ସୂଚନା ଦିଆଯାଇ ନ ଥିବା ଅଭିଯୋଗ କରିଥିଲେ। ପରେ ବ୍ଲକ ସୋସିଆଲ ସିକ୍ୟୁରିଟି ଅଫିସର (ବିଏସ୍‌ଏସ୍‌ଓ)ଙ୍କୁ ପଚାରିଥିଲେ। ବିଡିଓ ତାଙ୍କୁ ଯେଉଁ ନିର୍ଦ୍ଦେଶ ଦେଇଛନ୍ତି ତାହା ପାଳନ କରିଛନ୍ତି ବୋଲି କହି ସେ ଖସିଯିବା ପରେ ବିଡିଓଙ୍କ ପାଖକୁ ଯାଇ ପଚାରିବାରୁ ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି ହୋଇଥିଲା। ଉକ୍ତ କାରଣରୁ ଉଭୟ ବିଧାୟକ ଓ ସରପଞ୍ଚଙ୍କ ସମର୍ଥକମାନେ ଠେଲାପେଲା ଓ ପାଟିତୁଣ୍ଡ ଲାଗି ୨ଘଣ୍ଟା ଧରି ଉଭୟ ପକ୍ଷ ଧାରଣାରେ ବସିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଚେଷ୍ଟା କରିଥିଲା। ଶେଷରେ ବ୍ଲକ ଚେୟାରମ୍ୟାନ୍‌ ନାରାୟଣ ପ୍ରଧାନ ଉଭୟ ପକ୍ଷଙ୍କୁ ଡାକି ଆଲୋଚନା କରିଥିଲେ। ପରସ୍ପର ନିଜର ଭୁଲ୍‌ ସ୍ବୀକାର କରି ହିତାଧିକାରୀମାନେ କିପରି ଭାବେ ଭତ୍ତା ପାଇବେ ସହଯୋଗରେ କାମ କରିବେ ବୋଲି ସିଦ୍ଧାନ୍ତ ନେଇ ଧାରଣାରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri