ବିଧାୟକ-ସରପଞ୍ଚଙ୍କ ସମର୍ଥକ ମୁହାଁମୁହିଁ

ବାଲେଶ୍ୱର ଅଫିସ, ୭ା୧ ବାଲେଶ୍ୱର ସଦର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିଲା। ଏଥିରେ ବିଧାୟକ ଉପସ୍ଥିତ ରହି ଭତ୍ତା ବଣ୍ଟନ କରୁଥିବା ବେଳେ କସିପଦା ଓ ବାହାବଳପୁର ସରପଞ୍ଚ ପହଞ୍ଚତ୍ ସେମାନଙ୍କୁ ନିମନ୍ତ୍ରଣ ଦେଇ ନ ଥିବା ଅଭିଯୋଗ କରିଥିଲେ। ଏହାକୁ ନେଇ ବିଧାୟକ ଓ ସରପଞ୍ଚଙ୍କ ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଥିଲା।
ଘଟଣାରୁ ପ୍ରକାଶ, ସଦର ବ୍ଲକର ୩୭ ପଞ୍ଚାୟତର ୬୬୬ ଜଣ ହିତାଧିକାରୀଙ୍କୁ ନୂଆ ଭତ୍ତା ପ୍ରଦାନ ପାଇଁ ପ୍ରଶାସନ ପକ୍ଷରୁ ସିଦ୍ଧାନ୍ତ କରାଯାଇଛି। କୋଭିଡ୍‌ ନିୟମକୁ ପାଳନ କରି ପ୍ରତି ପଞ୍ଚାୟତରେ ୧୫ଜଣ ଲେଖାଏଁ ହିତାଧିକାରୀଙ୍କୁ ଡକାଯାଇ ଭତ୍ତା କାର୍ଡ଼ ବଣ୍ଟନ କରାଯାଉଥିଲା। ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ବିଧାୟକ ସ୍ବରୂପ କୁମାର ଦାସ ଓ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଉପସ୍ଥିତ ରହି ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରୁଥିଲେ। ଏହି ସମୟରେ କସିପଦା ସରପଞ୍ଚ ଅନିତା ବେହେରା ଓ ବାହାବଳପୁର ପଞ୍ଚାୟତର ସରପଞ୍ଚ ରଶ୍ମିତା ମଣ୍ଡଳ ଉକ୍ତ ସ୍ଥାନରେ ପହଞ୍ଚତ୍ ତାଙ୍କ ପଞ୍ଚାୟତର ହିତାଧିକାରୀଙ୍କୁ ସୂଚନା ଦିଆଯାଇ ନ ଥିବା ଅଭିଯୋଗ କରିଥିଲେ। ପରେ ବ୍ଲକ ସୋସିଆଲ ସିକ୍ୟୁରିଟି ଅଫିସର (ବିଏସ୍‌ଏସ୍‌ଓ)ଙ୍କୁ ପଚାରିଥିଲେ। ବିଡିଓ ତାଙ୍କୁ ଯେଉଁ ନିର୍ଦ୍ଦେଶ ଦେଇଛନ୍ତି ତାହା ପାଳନ କରିଛନ୍ତି ବୋଲି କହି ସେ ଖସିଯିବା ପରେ ବିଡିଓଙ୍କ ପାଖକୁ ଯାଇ ପଚାରିବାରୁ ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି ହୋଇଥିଲା। ଉକ୍ତ କାରଣରୁ ଉଭୟ ବିଧାୟକ ଓ ସରପଞ୍ଚଙ୍କ ସମର୍ଥକମାନେ ଠେଲାପେଲା ଓ ପାଟିତୁଣ୍ଡ ଲାଗି ୨ଘଣ୍ଟା ଧରି ଉଭୟ ପକ୍ଷ ଧାରଣାରେ ବସିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଚେଷ୍ଟା କରିଥିଲା। ଶେଷରେ ବ୍ଲକ ଚେୟାରମ୍ୟାନ୍‌ ନାରାୟଣ ପ୍ରଧାନ ଉଭୟ ପକ୍ଷଙ୍କୁ ଡାକି ଆଲୋଚନା କରିଥିଲେ। ପରସ୍ପର ନିଜର ଭୁଲ୍‌ ସ୍ବୀକାର କରି ହିତାଧିକାରୀମାନେ କିପରି ଭାବେ ଭତ୍ତା ପାଇବେ ସହଯୋଗରେ କାମ କରିବେ ବୋଲି ସିଦ୍ଧାନ୍ତ ନେଇ ଧାରଣାରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri