ଇଫ୍‌ତାର ପାର୍ଟିରେ ଯୋଗଦେଲେ ବିଧାୟକ

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଚାଲିଛି ପବିତ୍ର ରମ୍‌ଜାନ ମାସ। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ମୁସଲମାନ ଭାଇମାନଙ୍କ ପକ୍ଷରୁ ଶନିବାର ରାତିରେ ସୁଲତାନିଆ ମସ୍‌ଜିଦଠାରେ ଇଫ୍‌ତାର ପାର୍ଟି ଆୟୋଜନ କରାଯାଇଥିଲା।

ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଯୋଗଦେଇଥିଲେ। ତାଙ୍କ ସହ ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ଏମ୍‌ପିଙ୍କ ପ୍ରତିନିଧି ସନ୍ତୋଷ ତିଆଡ଼ି, ଆଇନଜୀବୀ ଅଶ୍ୱିନୀ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ଅବସରରେ ବିଧାୟକ ନାୟକ ଉପସ୍ଥିତ ଭାଇମାନଙ୍କୁ ପବିତ୍ର ରମଜାନ ମାସର ଶୁଭେଚ୍ଛା ଜଣାଇବା ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।