ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ମଙ୍ଗଳବାର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ବିଧାୟକ ଗ୍ରାମରେ ପହଞ୍ଚିବା ପରେ ତାଙ୍କୁ ବିରାଟ ଶୋଭାଯାତ୍ରାରେ ଜଗନ୍ନାଥ କଲ୍ୟାଣ ମଣ୍ଡପ ନିକଟକୁ ନିଆଯାଇଥିଲା। ବିଧାୟକଙ୍କ ଉପସ୍ଥିତିରେ ସରପଞ୍ଚ ଗୌରୀ ବିଷୋୟୀ କଲ୍ୟାଣ ମଣ୍ଡପକୁ ଉଦ୍‌ଘାଟନ କରି ଗ୍ରାମବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ। ପରେ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପଞ୍ଚାୟତ ସ୍ତରୀୟ ପଟ୍ଟା ବଣ୍ଟନ ଏବଂ ରାସନ କାର୍ଡ ବିତରଣ ମେଳାରେ ବିଧାୟକ ଯୋଗଦେଇ ୪୦୯ ହିତାଧିକାରୀଙ୍କୁ ଦ୍ୱିତୀୟ ଖାନା ସଂଶୋଧନ ପଟ୍ଟା ଓ ୩୨ ହିତାଧିକାରୀଙ୍କୁ ଗ୍ରାମକଣ୍ଠ ପରମୱୋକ ପଟ୍ଟା ସମେତ ବ୍ଲକ ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ରାଶନ କାର୍ଡ ବଣ୍ଟନ କରିଥିଲେ । ସରପଞ୍ଚଙ୍କ ସମେତ ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ସେଠୀ , ନାଏବ ସରପଞ୍ଚ ସରିତା ପ୍ରଧାନ , ସେବା ସମବାୟ ସମିତି ସଭାପତି ଶିବରାମ ପ୍ରଧାନ, ଜିଲା ପରିଷଦ ସଦସ୍ୟାଙ୍କ ପ୍ରତିନିଧି ଏମ. ନିରଞ୍ଜନ ରେଡ୍ଡୀ , କରପଡା ପଞ୍ଚାୟତ ସରପଞ୍ଚ ଫନିନ୍ଦ୍ର ଚନ୍ଦ୍ର ଗୋସୱାମୀ , ବାସୁଦେବପୁର ସରପଞ୍ଚ ପ୍ରତିନିଧି ଏମ. ସନ୍ତୋଷ କୁମାର,ଡମ୍ବରୁ ପ୍ରଧାନ, ସିମାଞ୍ଚଳ ମାଦଳା,ରବୀନ୍ଦ୍ର ବିଷୋୟୀ,ପ୍ରଫୁଲ୍ଲ ବିଷୋୟୀ,ଲକ୍ଷ୍ମୀ ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ। ଭାରପ୍ରାପ୍ତ ରାଜସ୍ବ ନୀରିକ୍ଷକ ମନୋଜ ବେହେରାଙ୍କ ସମେତ ତହସିଲ କର୍ମଚାରୀବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ପରେ ଫାସିଗୁଡା ଗ୍ରାମ ନୋଡାଲ ହାଇସ୍କୁଲ ବାର୍ଷିକୋତ୍ସବରେ ବିଧାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ପ୍ରତିଭାକୁ ଚିହ୍ନି ସେମାନଙ୍କୁ ପ୍ରୋତ୍ସାହିତ କରିବା ସକାଶେ ଉପସ୍ଥିତ ଶିକ୍ଷୟ ଶିକ୍ଷୟିତ୍ରୀଶିକ୍ଷକ ଏବଂ ଅଭିଭାବକମାନଙ୍କୁ ପରାମର୍ଶ ଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀଛାତ୍ରମାନଙ୍କୁ ପୁରସ୍କାର ବିତରଣ କରାଯିବା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri