ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ମଙ୍ଗଳବାର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ବିଧାୟକ ଗ୍ରାମରେ ପହଞ୍ଚିବା ପରେ ତାଙ୍କୁ ବିରାଟ ଶୋଭାଯାତ୍ରାରେ ଜଗନ୍ନାଥ କଲ୍ୟାଣ ମଣ୍ଡପ ନିକଟକୁ ନିଆଯାଇଥିଲା। ବିଧାୟକଙ୍କ ଉପସ୍ଥିତିରେ ସରପଞ୍ଚ ଗୌରୀ ବିଷୋୟୀ କଲ୍ୟାଣ ମଣ୍ଡପକୁ ଉଦ୍‌ଘାଟନ କରି ଗ୍ରାମବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ। ପରେ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପଞ୍ଚାୟତ ସ୍ତରୀୟ ପଟ୍ଟା ବଣ୍ଟନ ଏବଂ ରାସନ କାର୍ଡ ବିତରଣ ମେଳାରେ ବିଧାୟକ ଯୋଗଦେଇ ୪୦୯ ହିତାଧିକାରୀଙ୍କୁ ଦ୍ୱିତୀୟ ଖାନା ସଂଶୋଧନ ପଟ୍ଟା ଓ ୩୨ ହିତାଧିକାରୀଙ୍କୁ ଗ୍ରାମକଣ୍ଠ ପରମୱୋକ ପଟ୍ଟା ସମେତ ବ୍ଲକ ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ରାଶନ କାର୍ଡ ବଣ୍ଟନ କରିଥିଲେ । ସରପଞ୍ଚଙ୍କ ସମେତ ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ସେଠୀ , ନାଏବ ସରପଞ୍ଚ ସରିତା ପ୍ରଧାନ , ସେବା ସମବାୟ ସମିତି ସଭାପତି ଶିବରାମ ପ୍ରଧାନ, ଜିଲା ପରିଷଦ ସଦସ୍ୟାଙ୍କ ପ୍ରତିନିଧି ଏମ. ନିରଞ୍ଜନ ରେଡ୍ଡୀ , କରପଡା ପଞ୍ଚାୟତ ସରପଞ୍ଚ ଫନିନ୍ଦ୍ର ଚନ୍ଦ୍ର ଗୋସୱାମୀ , ବାସୁଦେବପୁର ସରପଞ୍ଚ ପ୍ରତିନିଧି ଏମ. ସନ୍ତୋଷ କୁମାର,ଡମ୍ବରୁ ପ୍ରଧାନ, ସିମାଞ୍ଚଳ ମାଦଳା,ରବୀନ୍ଦ୍ର ବିଷୋୟୀ,ପ୍ରଫୁଲ୍ଲ ବିଷୋୟୀ,ଲକ୍ଷ୍ମୀ ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ। ଭାରପ୍ରାପ୍ତ ରାଜସ୍ବ ନୀରିକ୍ଷକ ମନୋଜ ବେହେରାଙ୍କ ସମେତ ତହସିଲ କର୍ମଚାରୀବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ପରେ ଫାସିଗୁଡା ଗ୍ରାମ ନୋଡାଲ ହାଇସ୍କୁଲ ବାର୍ଷିକୋତ୍ସବରେ ବିଧାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ପ୍ରତିଭାକୁ ଚିହ୍ନି ସେମାନଙ୍କୁ ପ୍ରୋତ୍ସାହିତ କରିବା ସକାଶେ ଉପସ୍ଥିତ ଶିକ୍ଷୟ ଶିକ୍ଷୟିତ୍ରୀଶିକ୍ଷକ ଏବଂ ଅଭିଭାବକମାନଙ୍କୁ ପରାମର୍ଶ ଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀଛାତ୍ରମାନଙ୍କୁ ପୁରସ୍କାର ବିତରଣ କରାଯିବା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri