KIIT Controversy: ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ୍‌ କଲେ ବିଧାୟକ ବାବୁ ସିଂ

ଭୁବନେଶ୍ୱର,୨୧ା୨: କିଟ୍‌ ପ୍ରସଙ୍ଗରେ ବିଧାନସଭାର ମୁଲତବୀ ଆଲୋଚନା ବେଳେ ବାବୁ ସିଂ ଏକ ବଡ଼ ବିବୃତ୍ତି ଦେଇଛନ୍ତି। କିଟ୍‌ କେଳେଙ୍କାରୀ ଅଭିଯୋଗରେ ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ କରି ମନ୍ତ୍ରୀ କହିଛନ୍ତି, ୧୯୯୧ରେ ମହର୍ଷିରେ ପଢ଼ାଇବା ବେଳେ ୮୦୦ ଟଙ୍କା ଦରମା ପାଉଥିଲେ। ୩୨ ବର୍ଷ ପରେ ୧୫ ହଜାର କୋଟିର ମାଲିକ ହୋଇଛନ୍ତି ଅଚ୍ୟୁତ। ବିଜୁ ପଟ୍ଟନାୟକଙ୍କ ସରକାରରେ ଲୋନ୍‌ ନେଇ AICTE ଦ୍ବାରା ଲଙ୍କା ସାମ୍ରାଜ୍ୟ କରିଛନ୍ତି। ଶିକ୍ଷା ନାଁରେ କଳା କାରନାମା କରି ସମାଜକୁ ଅଚ୍ୟୁତ କଳୁଷିତ କରିଥିବା ସେ କହିଛନ୍ତି। ବାବୁ ଆହୁରି ମଧ୍ୟ କହିଛନ୍ତି, ଆଦିବାସୀ ଜମି ହଡ଼ପ, ଜଙ୍ଗଲ ଜମିରେ ଅଟ୍ଟାଳିକା କରିଛନ୍ତି। ଦୁର୍ନୀତି ପାଇଁ କେଉଁ ସରକାର ତାଙ୍କୁ ପ୍ରୋତ୍ସାହନ ଦେଲା, କିଏ ଏମ୍‌ପି କଲେ ବୋଲି ବାବୁ ପ୍ରଶ୍ନ କରିଛନ୍ତି।

ସେହିପରି କିଟ୍‌ ପ୍ରସଙ୍ଗରେ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି ନ୍ୟାୟିକ ତଦନ୍ତ ଦାବି କରିଛନ୍ତି। ତାରା କହିଛନ୍ତି, ନ୍ୟାୟିକ ତଦନ୍ତ ସହ ଅଚ୍ୟୁତ ସାମନ୍ତଙ୍କୁ ଗିରଫ କରାଯାଉ। କାହିଁକି ଏପର୍ଯ୍ୟନ୍ତ ଅଚ୍ୟୁତ ସାମନ୍ତଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇନି। ସିସିଟିଭି ଫୁଟେଜ ଯାଞ୍ଚ ହେଉ। କେତେ ଜଣ IAS, IPSଙ୍କ ପରିବାର ଲୋକେ କିଟ୍‌ରେ ଚାକିରି କରିଛନ୍ତି ଜଣାପଡ଼ିବ। କେବଳ ନେପାଳି ପିଲାମାନଙ୍କ ପାଇଁ ସାଇନ ଡାଏ କାହିଁକି ହେଲା। ଅଶାଳୀନ ବ୍ୟବହାର କରିଥିବା ମହିଳାଙ୍କୁ କାହିଁକି ଗିରଫ କରାଯାଇନି ବୋଲି ତାରା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୩୧।୧: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ବଡ଼ି ଭୋର୍‌ରୁ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ…

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ରାତି ୧୦ଟାରେ ମହାଦୀପ ଦର୍ଶନ

ପୁରୁଣା ଭୁବନେଶ୍ୱର,୩୦ା୧(ସୁବାସ ଚନ୍ଦ୍ର ପ୍ରଧାନ):ଆସନ୍ତା ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ…

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri