KIIT Controversy: ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ୍‌ କଲେ ବିଧାୟକ ବାବୁ ସିଂ

ଭୁବନେଶ୍ୱର,୨୧ା୨: କିଟ୍‌ ପ୍ରସଙ୍ଗରେ ବିଧାନସଭାର ମୁଲତବୀ ଆଲୋଚନା ବେଳେ ବାବୁ ସିଂ ଏକ ବଡ଼ ବିବୃତ୍ତି ଦେଇଛନ୍ତି। କିଟ୍‌ କେଳେଙ୍କାରୀ ଅଭିଯୋଗରେ ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ କରି ମନ୍ତ୍ରୀ କହିଛନ୍ତି, ୧୯୯୧ରେ ମହର୍ଷିରେ ପଢ଼ାଇବା ବେଳେ ୮୦୦ ଟଙ୍କା ଦରମା ପାଉଥିଲେ। ୩୨ ବର୍ଷ ପରେ ୧୫ ହଜାର କୋଟିର ମାଲିକ ହୋଇଛନ୍ତି ଅଚ୍ୟୁତ। ବିଜୁ ପଟ୍ଟନାୟକଙ୍କ ସରକାରରେ ଲୋନ୍‌ ନେଇ AICTE ଦ୍ବାରା ଲଙ୍କା ସାମ୍ରାଜ୍ୟ କରିଛନ୍ତି। ଶିକ୍ଷା ନାଁରେ କଳା କାରନାମା କରି ସମାଜକୁ ଅଚ୍ୟୁତ କଳୁଷିତ କରିଥିବା ସେ କହିଛନ୍ତି। ବାବୁ ଆହୁରି ମଧ୍ୟ କହିଛନ୍ତି, ଆଦିବାସୀ ଜମି ହଡ଼ପ, ଜଙ୍ଗଲ ଜମିରେ ଅଟ୍ଟାଳିକା କରିଛନ୍ତି। ଦୁର୍ନୀତି ପାଇଁ କେଉଁ ସରକାର ତାଙ୍କୁ ପ୍ରୋତ୍ସାହନ ଦେଲା, କିଏ ଏମ୍‌ପି କଲେ ବୋଲି ବାବୁ ପ୍ରଶ୍ନ କରିଛନ୍ତି।

ସେହିପରି କିଟ୍‌ ପ୍ରସଙ୍ଗରେ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି ନ୍ୟାୟିକ ତଦନ୍ତ ଦାବି କରିଛନ୍ତି। ତାରା କହିଛନ୍ତି, ନ୍ୟାୟିକ ତଦନ୍ତ ସହ ଅଚ୍ୟୁତ ସାମନ୍ତଙ୍କୁ ଗିରଫ କରାଯାଉ। କାହିଁକି ଏପର୍ଯ୍ୟନ୍ତ ଅଚ୍ୟୁତ ସାମନ୍ତଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇନି। ସିସିଟିଭି ଫୁଟେଜ ଯାଞ୍ଚ ହେଉ। କେତେ ଜଣ IAS, IPSଙ୍କ ପରିବାର ଲୋକେ କିଟ୍‌ରେ ଚାକିରି କରିଛନ୍ତି ଜଣାପଡ଼ିବ। କେବଳ ନେପାଳି ପିଲାମାନଙ୍କ ପାଇଁ ସାଇନ ଡାଏ କାହିଁକି ହେଲା। ଅଶାଳୀନ ବ୍ୟବହାର କରିଥିବା ମହିଳାଙ୍କୁ କାହିଁକି ଗିରଫ କରାଯାଇନି ବୋଲି ତାରା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri