ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା ମହାଳିକ ଓ ସିମୁଳିଆ ବିଧାନସଭା କ୍ଷେତ୍ରରୁ ସୁବାସିନୀ ସାହୁଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏହି ଦୁଇ ମହିଳାଙ୍କ ସମେତ ଜିଲାରେ ପୂର୍ବରୁ ବସ୍ତା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥିନୀ ଭାବେ ସୁବାସିନୀ ଜେନାଙ୍କ ନାମ ଘୋଷଣା କରାଯାଇଥିଲା। ଜିଲାର ମୋଟ୍‌ ୮ଟି ନିର୍ବାଚନମଣ୍ଡଳୀ (ସିମୁଳିଆ, ସୋର, ନୀଳଗିରି, ରେମୁଣା, ବାଲେଶ୍ୱର, ବସ୍ତା, ଭୋଗରାଇ ଓ ଜଳେଶ୍ୱର) ମଧ୍ୟରୁ ୬ଟି ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ସେଥିମଧ୍ୟରୁ ୩ବିଧାନସଭା କ୍ଷେତ୍ରରେ ବିଜେଡି ମହିଳା ପ୍ରାର୍ଥୀ ଦେଇଛି।
ବିଧାନସଭା ଆସନ ଲାଗି ପ୍ରାର୍ଥତ୍ନୀ ଭାବେ ବିଦ୍ୟାସ୍ମିତା ମହାଳିକଙ୍କ ନାମ ଘୋଷଣା ପରେ ସେ କନକଦୁର୍ଗା ମନ୍ଦିରରେ ପହଞ୍ଚତ୍ ମା’ଙ୍କ ଆଶୀର୍ବାଦ ନେଇଥିଲେ। ପରେ କର୍ମୀମାନେ ଏକଜୁଟ ହୋଇ ବିଦ୍ୟାସ୍ମିତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ବିଦ୍ୟାସ୍ମିତା ଜଣେ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାରୁ ପତ୍ରିପାଳ ପଞ୍ଚାୟତର ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ଏବେ ପୁଣି ବିଧାୟିକା ପ୍ରାର୍ଥୀ ଭାବେ ବିଦ୍ୟାସ୍ମିତାଙ୍କ ନାମ ଘୋଷଣା ପରେ କର୍ମୀଙ୍କ ମହଲରେ ଉତ୍ସାହ ବୃଦ୍ଧି ପାଇଛି। ନିଜ ନାମ ବିଧାୟିକା ପ୍ରାର୍ଥୀ ଭାବେ ଘୋଷଣା ପରେ ବିଦ୍ୟାସ୍ମିତା ଭାବବିହ୍ବଳ ହୋଇ ପଡ଼ିଥିଲେ। ଏଥିପାଇଁ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜ୍ଞାପନ କରିବା ସହ ରେମୁଣା ଅଞ୍ଚଳବାସୀଙ୍କଠାରୁ ସେ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହାସହ ରେମୁଣାବାସୀ ସୁଯୋଗ ଦେଲେ ଅଞ୍ଚଳରେ କୃଷି କ୍ଷେତ୍ରରେ ବିକାଶ କରାଯିବ ବୋଲି ବିଦ୍ୟାସ୍ମିତା କହିଛନ୍ତି। ଅନ୍ୟପଟେ ଏହି ଆସନ ପାଇଁ ଭାଜପାର ପ୍ରାର୍ଥୀ ଭାବେ ଗୋବିନ୍ଦ ଦାସ ଏବଂ କଂଗ୍ରେସ ପ୍ରାର୍ଥୀ ଭାବେ ସୁଦର୍ଶନ ଜେନା ନିର୍ବାଚନ ମଇଦାନରେ ଥିବା ବେଳେ ବିଦ୍ୟାସ୍ମିତାଙ୍କ ନାମ ଘୋଷଣା ପରେ ଏହି ନିର୍ବାଚନମଣ୍ଡଳରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri