ଭୋଟ ଦେଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଅଖିଳ

ପାଟଣା,୨୫।୫(ବୀର କିଶୋର ଦାଶ): ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ଭୋଟ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ୨୭୩ଟି ବୁଥରେ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୯ଟା ସୁଦ୍ଧା ପାଟଣା ନିର୍ବାଚନ ମଣ୍ଡଳୀରେ ୧୨.୫୦ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷେ ନିର୍ବାଚନ ରଣାଙ୍ଗନରେ ଅବତ୍ତୀର୍ଣ୍ଣ ହୋଇଥିବା ୧୦ବିଧାୟକ ପ୍ରାର୍ଥୀ ଏବଂ କେନ୍ଦୁଝର ଲୋକସଭା ପାଇଁ ୧୧ଜଣ ଏମ୍‌ପି ପ୍ରାର୍ଥୀଙ୍କ ଆଜି ଭାଗ୍ୟ ନିର୍ଦ୍ଧାରଣ ହେବ। ମହିଳାମାନଙ୍କ ପାଇଁ ପାଟଣା ନିର୍ବାଚନ ମଣ୍ଡଳୀରେ ପାଟଣା ଓ ସାହାରପଡା ବ୍ଲକରେ ୧୦ ଟି ସଖି ବୁଥ କେନ୍ଦ୍ର ରହିଛି।

ଇଭିଏମ୍‌ ତ୍ରୁଟି ଯୋଗୁ କେତେକ ବୁଥରେ ଅଧଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଥିଲା। କେନ୍ଦୁଝର ଜିଲା ପାଟଣା ର୍ନିବାଚନ ମଣ୍ଡଳୀ କଣ୍ଟିଆପଡ଼ା ପଞ୍ଚାୟତ ମାନପୁର ପ୍ରାଥମିକ ବିଦ୍ୟାଳୟ ୧୧୭ ନମ୍ବର ବୁଥରେ ପାଟଣା ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ମତଦାନ କରି ଥିବା ବେଳେ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାଏକ ତୁରୁମୁଙ୍ଗା ଦଧିବାମନ ଉଚ୍ଚ ବିଦ୍ୟାଳୟର ୯୮ ନମ୍ବର ବୁଥରେ ନିଜ ମତଦାନ ସାବ୍ୟସ୍ତ କରିଛନ୍ତି। ଉଭୟ ଜଗନ୍ନାଥ ଓ ଅଖିଳ ଜନସାଧାରଣଙ୍କୁ ଗଣତନ୍ତ୍ରର ମହାନପର୍ବରେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ବାଲେଶ୍ବର ଅଫିସ, ୧୭।୬- ବାଲେଶ୍ୱର ସହର ସ୍ଥିତ ଭୁଜାଖିଆ ପୀର ନିକଟସ୍ଥ ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ ହୋଇଛି। ସ୍ଥାନୀୟ ଗାଁ ତଥା...

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ...

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ...

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା...

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri