ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୋମବାର ନିଜ ଗାଁ ପାଟଣା ବ୍ଲକ ଭାଗପସି ଠାକୁରାଣୀ ପୀଠରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିବା ପରେ କେନ୍ଦୁଝର କାଳିପଡ଼ିଆଠାରୁ ହଜାର ହଜାର ସମର୍ଥକଙ୍କ ଗହଣରେ ପାରମ୍ପାରିକ ବାଦ୍ୟ ନୃତ୍ୟରେ ପଟୁଆରରେ ବଜାର ପରିକ୍ରମା କରି ନିର୍ବାଚନ ଅଧିକାରୀ ତଥା କେନ୍ଦୁଝର ଅତିରିକ୍ତ ଜିଲାପାଳ ଯଦୁମଣି ମହାଲାଙ୍କ କାର୍ଯ୍ୟାଳୟରେ ୩ ସେଟ୍‌ର ନାମାଙ୍କନପତ୍ର ଦାଖଲ କରିଛନ୍ତି। ତାଙ୍କ ପ୍ରତିକ୍ରିୟାରେ ସେ ବୟୋଜ୍ୟେଷ୍ଠ ଲୋକଙ୍କ ଆଶୀର୍ବାଦ ନେଇ ନବୀନ ପଟ୍ଟନାୟକଙ୍କ ବିକାଶଧାରାକୁ ଆୟୁଧ କରି ନିର୍ବାଚନ ବୈତରଣୀ ପାର ହେବେ ବୋଲି କହିଛନ୍ତି। ଜଗନ୍ନାଥଙ୍କ ସହ ପଟୁଆରରେ ଜଗନ୍ନାଥଙ୍କ ବାପା ତଥା ପୂର୍ବତନ ପାଟଣା ବିଧାୟକ କାହ୍ନୁ ଚରଣ ନାଏକ ବଡ ଭାଇ, ସତ୍ୟବ୍ରତ ନାଏକ, ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ , ସଦର ବିଜେଡି ବିଧାୟକ ପ୍ରାର୍ଥୀ ମୀନା ମାଝି, ଜିଲା ପରିଷଦ ଅଧ୍ୟକ୍ଷା ସାଗରିକା ସାହୁ , ପାଟଣା ନିର୍ବାଚନ ମଣ୍ଡଳୀ ସଂଯୋଜକ କାନନ ବିହାରୀ ପୋହି, ବିଜେଡି ପାଟଣା ବ୍ଲକ ସଭା ପତି ମାଧବାନନ୍ଦ ପୃଷ୍ଟି, ଗୌରହରି ନାଏକ, ଭବାନୀ ଶଙ୍କର ନାଏକ , ଭରତ ଚନ୍ଦ୍ର ପାତ୍ର ପ୍ରମୁଖ ସାମିଲ ହୋଇଥିଲେ। ଶୋଭାଯାତ୍ରାରେ ପାଟଣା ନିର୍ବାଚନ ମଣ୍ଡଳୀର ୫୬ଟି ପଞ୍ଚାୟତର ୧୫ ହଜାରରୁ ଊଦ୍ଧର୍‌ବ ସମର୍ଥକ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?