ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ବୁଧବାର ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସରେ ସୁନ୍ଦରଗଡ଼ ବିଧାନସଭା ଆସନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପ୍ରାର୍ଥୀ ରାଜେନ୍ଦ୍ର ନାଏକ। ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସ୍ଥାନୀୟ ହସ୍ପିଟାଲ ଛକରୁ ରାଜେନ୍ଦ୍ର ଶତାଧିକ ସିପିଆଇ କର୍ମୀଙ୍କ ଗହଣରେ ଏକ ଶୋଭାଯାତ୍ରାରେ ଆସି ଜିଲାପାଳଙ୍କ ଅଫିସ ନିକଟରେ ପହଞ୍ଚିଥିଲେ। ଅତିରିକ୍ତ ଜିଲାପାଳ ତଥା ସଦର ବିଧାନସଭା ନିର୍ବାଚନ ମଣ୍ଡଳୀ ରିଟର୍ନିଂ ଅଫିସର ରବିନାରାୟଣ ସାହୁଙ୍କ ନିକଟରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଏହି ପ୍ରାର୍ଥିପତ୍ର
ଦାଖଲ ବେଳେ ସିପିଆଇ ରାଜ୍ୟ ସମ୍ପାଦନା ମଣ୍ଡଳୀ ସଦସ୍ୟ ଅଶୋକ କୁମାର ଦାଶ, କ୍ଷୀରୋଦ ସିଂଦେଓ, ଜମାକାରୀ ଜନଆନ୍ଦୋଳନ ନେତା ଜିଲା ସମ୍ପାଦକ ପ୍ରଦୋଷ ପଟ୍ଟନାୟକ, ହେମଗିରି ଜୋନ୍‌ ସମ୍ପାଦକ ରାଧେଶ୍ୟାମ ଗର୍ଡିଆ, ସହ ସମ୍ପାଦକ ସୁନୀଲ ନାଏକ, ଶୁକଦେବ ପଧାନ, ଆଇନଜୀବୀ ସନ୍ତୋଷ ଆଚାର୍ଯ୍ୟ, ନୀଳମଣି କାଲୋ ବ୍ରହ୍ମା କିଷାନ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରାର୍ଥିପତ୍ର ଦାଖଲ ପରେ ସିପିଆଇ ପ୍ରାର୍ଥୀ ନାଏକ ଗଣମାଧ୍ୟମ ଆଗରେ କହିଛନ୍ତି ଯେ,ଏହି ନିର୍ବାଚନରେ ସୁନ୍ଦରଗଡ଼ ମାଟିର ବେକାର ଯୁବତୀଯୁବକଙ୍କୁ ନିଯୁକ୍ତି, ଭିଟାମାଟିର ସୁରକ୍ଷା, ବିସ୍ଥାପିତ ଉପଯୁକ୍ତ ଥଇଥାନ ଓ ପ୍ରଦୂଷଣ ମୁକ୍ତ ସୁନ୍ଦରଗଡ଼ ତାଙ୍କର ପ୍ରମୁଖ ପ୍ରସଙ୍ଗ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri