ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍‌ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମତଦାନ ଆରମ୍ଭ ହୋଇଯାଇଛି। ବିଜେଡିର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ନିଜ ଗ୍ରାମ ଶ୍ରାନିକେତା ପଞ୍ଚାୟତର ଟକରମାଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୧୮୭ ନଂ ବୁଥ୍‌ରେ ନିଜ ମତଦାନ ସାବ୍ୟସ୍ତ କରିଛନ୍ତି। ଉକ୍ତ ବ୍ଲକରେ ମୋଟ୍‌ ୧୦୬ଟି ବୁଥ୍‌ରେ ଭୋଟ ସଂଗ୍ରହ କରାଯାଉଥିବା ବେଳେ ମୋଟ୍‌ ୮୪ ହଜାର ୭୪୬ ଜଣ ମତଦାତା ରହିଛନ୍ତି। ସେମାନଙ୍କ ମଧ୍ୟରେ ମହିଳା ମତଦାତାଙ୍କ ସଂଖ୍ୟା ୪୩ ହଜାର ୮୮୧ ରହିଥିବା ବେଳେ ପୁରୁଷଙ୍କ ସଂଖ୍ୟା ୪୯ ହଜାର ୮୫୦ ଏବଂ ଥାର୍ଡ଼ ଜେଣ୍ଡର ୧୫ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଡ଼କରଙ୍କ ପ୍ରଦର୍ଶିତ ମାର୍ଗ ଅନୁସରଣ ଆହ୍ବାନ

ଡୁଙ୍ଗୁରିପାଲି ,୨୯ା୪(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏସ୍‌ସି, ଏସ୍‌ଟି ଷ୍ଟଲ ପରିସରରେ ରବିବାର ରାତି ୮ଟା ୩୦ରେ ସମ୍ବିଧାନ...

ଦିଗଶିରାରେ ପାନୀୟ ଜଳ ସଙ୍କଟ, ବିଡିଓଙ୍କୁ ଦାବିପତ୍ର ପ୍ରଦାନ

ଡୁଙ୍ଗୁରିପାଲି, ୨୯ା୪(ଦୀନବନ୍ଧୁ ସୁନା) : ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ପଞ୍ଚାୟତରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଏ ନେଇ ପଞ୍ଚାୟତର...

Gold Rate: ଅକ୍ଷୟ ତୃତୀୟା ପୂର୍ବଦିନ ଖସିଲା ସୁନାଦର! କାଲି ଏତେ କମିିଯିବ…

ନୂଆଦିଲ୍ଲୀ, ୨୯।୪: ଆନ୍ତର୍ଜାତୀୟ ବଜାରରେ ସୁନା ଦରରେ ବି ହ୍ରାସ ଦେଖାଦେଇଛି। ଏକ ରିପୋର୍ଟ ଅନୁସାରେ, ଗତ ଦୁଇ ଦିନରେ ସୁନାର ମୂଲ୍ୟ ପ୍ରାୟ ୩,୮୦୦...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରି ‘ଗାଏବ’ ପୋଷ୍ଟ: ବିବାଦ ପରେ ଡିଲିଟ କଲା କଂଗ୍ରେସ

ନୂଆଦିଲ୍ଲୀ, ୨୯।୪: କଂଗ୍ରେସ ପାର୍ଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରି ସୋସିଆଲ ମିଡିଆରେ ଏକ ବିବାଦୀୟ ପୋଷ୍ଟ କରିଥିଲା, ଯେଉଁଥିରେ ମୋଦିଙ୍କ ମୁଣ୍ଡବିହୀନ ଫଟୋ...

ୟୁଜିସି ନେଟ୍‌ ଫର୍ମ ଆବେଦନର ଶେଷ ତାରିଖ ମେ ୭

ଭୁବନେଶ୍ୱର,୨୯।୪(ସୁଚିସ୍ମିତା ସାହୁ): ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଜାତୀୟ ଯୋଗ୍ୟତା ପରୀକ୍ଷା (ଏନ୍‌ଇଟି)-୨୦୨୫ର ଜୁନ୍‌ ସେସନ ପାଇଁ ପଞ୍ଜୀକରଣ...

ସାକ୍ଷୀଗୋପାଳଙ୍କ ବଗିଚାରୁ ଲକ୍ଷାଧିକ ଟଙ୍କାର ଚନ୍ଦନ ଗଛ କାଟିନେଲେ

ସାକ୍ଷୀଗୋପାଳ,୨୯।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରାତି ପାହିଲେ ଚନ୍ଦନ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରା। ଚନ୍ଦନ ପୋଖରୀରେ ଚାପ ଖେଳିବେ ବିଜେ ପ୍ରତିମା ମଦନମୋହନ। ୨୧...

ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ: ସଜାଗ ରହିବା ପାଇଁ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୪: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ...

ସନ୍ଦେହଜନକ ଭାବେ ଯୁବତୀଙ୍କ ମୃତ୍ୟୁ, ମୃତଦେହ ଜବତ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ଏନ୍‌.ସୁଷମା ରେଡ୍ଡୀ(୧୮)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଏନେଇ ଏତଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri