ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଅନୁଷ୍ଠାନ ପ୍ରତି ଉତ୍ସର୍ଗୀକୃତ ମନୋଭାବ ନେଇ ନିଜର କର୍ତ୍ତବ୍ୟ ପାଳନ ନିମିତ୍ତ ପରାମର୍ଶ ପ୍ରଦାନ କରିଥିଲେ। ଏହା ବିଦ୍ୟା ବିହାର ଏକ ଅନୁଷ୍ଠାନ ନୁହେଁ, ଏହା ସ୍ବପ୍ନର ଜନ୍ମଭୂମି, ସଫଳତାର ସୋପାନ ଓ ସ୍ମୃତିର ଅମର ଠିକଣା ବୋଲି ସେ ପ୍ରକାଶ କରିଥିଲେ। ବିଶିଷ୍ଟ ଅତିଥି ରୂପେ ଭଞ୍ଜନଗର ଉପଜିଲାପାଳ ତଥା ଅନୁଷ୍ଠାନର ପରିଚାଳନା ପରିଷଦ ସଭାପତି ଉମାଶଙ୍କର ବେହେରା ଯୋଗଦେଇ
ସାମ୍ପ୍ରତିକ ଡିଜିଟାଲ ଯୁଗ ପୃଷ୍ଠଭୂମି ଅଧାରରେ ଛାତ୍ରୀଛାତ୍ର କିପରି ନିଜକୁ ଉତ୍ତମ ମାର୍ଗର ପଥିକ କରିପାରିବେ ଓ ନିଜ ଦକ୍ଷତାର ବିକାଶ କରି ଶ୍ରେଷ୍ଠ ହେବେ ସେ ସମ୍ବନ୍ଧୀୟ ଅଭିଭାଷଣ ପ୍ରଦାନ କରି ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ । ମୁଖ୍ୟବକ୍ତା ଭାବେ ପାଟପୁର କଲେଜ ରସାୟନ ବିଭାଗ ଅଧ୍ୟାପକ କୈଳାସ ଚନ୍ଦ୍ର ସ୍ବାଇଁ ଯୋଗ ଦେଇ ଛାତ୍ରୀଛାତ୍ରଙ୍କୁ ଆଧ୍ୟାତ୍ମିକ ମାର୍ଗ ଅନୁସରଣ କରି ନିଜର ଭବିଷ୍ୟତ ଗଠନ ପାଇଁ ପରାମର୍ଶ ଦେଇଥିଲେ। ସେହିପରି ସମ୍ମାନୀତ ଅତିଥି ରୂପେ ଉତ୍ତର ଘୁମୁସର ବନ ଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି ଯୋଗଦେଇ ପରିବେଶର ସୁରକ୍ଷା ସହ ଛାତ୍ରୀଛାତ୍ରମାନେ ନିଜ କ୍ୟାରିଅର ଗଠନ ଉପରେ ଆଲୋକପାତ କରିଥିଲେ। ଅନ୍ୟତମ ସମ୍ମାନୀତ ଅତିଥି ରୂପେ ବେଲଗୁଣ୍ଠା ବ୍ଲକ ଆର୍‌.ଡି, ବେଲ ଗୁଣ୍ଠା ପ୍ରତିନିଧି କୃଷ୍ଠଚନ୍ଦ୍ର ପଟ୍ଟନାୟକ, ଏସ.ଡି.ଓ ତଥା ଅନୁଷ୍ଠାନର ଜଣେ ପୂର୍ବତନ ଛାତ୍ରୀ ହିତାଞ୍ଜଳି ପଣ୍ଡା ଯୋଗ ଦେଇଥିଲେ। ଅନୁଷ୍ଠାନର ପୂର୍ବତନ ଅଧ୍ୟକ୍ଷ ସ୍ବର୍ଗତ ଅମୂଲ୍ୟ ଦାସଙ୍କ ପ୍ରତିମୂର୍ତ୍ତିରେ ଅତିଥିମାନେ ପୁଷ୍ପ ମାଲ୍ୟାର୍ପଣ କରିବା ସହ କାରଗିଲ ବିଜୟ ଦିବସ ସ୍ମୃତି ଅବସରରେ ସମସ୍ତ ନିମନ୍ତ୍ରିତ ଅତିଥି , ଅଧ୍ୟାପକ, ଅଧ୍ୟାପିକାଙ୍କ ଦ୍ୱାରା ଚାରାରୋପଣ କରାଯାଇଥିଲା । ଅନୁଷ୍ଠାନର ଛାତ୍ରୀଗଣ ପ୍ରାରମ୍ଭିକ ସଙ୍ଗୀତ ଗାନ କରିବା ପରେ ସାଂସ୍କୃତିକ ପରିଷଦର ଉପସଭାପତି ସୁଶାନ୍ତ କୁମାର ଲେଙ୍କା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଅନୁଷ୍ଠାନର ଅଧ୍ୟକ୍ଷା ରୁନିବାଳା ତ୍ରିପାଠୀ ବାର୍ଷିକ ବିବରଣୀ ପାଠ କରିଥିଲେ । ଅଧ୍ୟାପକ କିରନ କହଁର ଧନ୍ୟବାଦ ପ୍ରଦାନ କରିଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri