ଚାଷୀଙ୍କ ସହ ଆଲୋଚନା କଲେ ବିଧାୟିକା: ଧାନ କିଣାନେଇ ଫିଟିଲା ବାଟ

କର୍ଲାମୁଣ୍ଡା/ ରିଷିଡା(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କୃଷକ ସଙ୍ଗଠନ କୃଷକ ବିକାଶ ପରିଷଦ ପକ୍ଷରୁ କଟନୀଛଟନୀର ପ୍ରତିବାଦ କରି ଗୁରୁବାରଠାରୁ ଧାରଣା ଦେଇଥିଲେ। ହେଲେ ପ୍ରଶାସନ ପକ୍ଷରୁ ଚାଷୀଙ୍କ ସହ ଆଲୋଚନା ପରେ ମଧ୍ୟ ସମାଧାନର ବାଟ ବହାରି ନ ଥିଲା। ଏଭଳିସ୍ଥିତିରେ ଚାଷୀଙ୍କ ସମସ୍ୟାର ସମାଧାନ ନେଇ ରବିବାର ନର୍ଲା ବିଧାୟିକା ମନୋରମା ମହାନ୍ତି କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଧାନ ମଣ୍ଡି ପରିଦର୍ଶନ କରି କର୍ଲାମୁଣ୍ଡା ମଣ୍ଡିଠାରେ ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ସିଧାସଳଖ ଚାଷୀଙ୍କ ସହିତ ଆଲୋଚନା କରିଥିଲେ l

ଆଲୋଚନା ବେଳେ ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, ଭବାନୀପାଟଣା ଉପଜିଲାପାଳ ପ୍ରଭାତ କୁମାର ପରିଡା, ଜିଲା ଖାଉଟି ଯୋଗାଣ ଅଧିକାରୀ ପବିତ୍ର ମୋହନ ସାହୁ, କର୍ଲାମୁଣ୍ଡା ତହସିଲଦାର ଅରୁଣ ବର୍ଗେ, ଏଆରସି ଏସ୍‌ ମଧୁସୂଦନ ମେହେର, ଆରଆମ୍‌ସି କର୍ମଚାରୀ ଜଗନ୍ନାଥ ସୁନା ଏବଂ ଅତିରିକ୍ତ ଖାଉଟି ଯୋଗାଣ ଅଧିକାରୀ ବିଘ୍ନ ମହାପାତ୍ରଙ୍କ ସମେତ କୃଷକ ବିକାଶ ପରିଷଦର ସଦସ୍ୟ ତଥା ଚାଷୀମାନେ ଉପସ୍ଥିତ ଥିଲେ l

ଶେଷରେ ବସ୍ତା ସହିତ ୫ କିଲୋ ଦୁଇ ଶହ ଗ୍ରାମ ଧାନ କଟନୀ ଦେବେ ବୋଲି ବିଧାୟିକାଙ୍କ ଉପସ୍ଥିତିରେ ଚାଷୀମାନେ ସମ୍ମତି ପ୍ରକାଶ କରିଥିଲେ l ଏଥିରେ ୬ଜଣ ଚାଷୀ ନନ୍ଦି କିଶୋର ଭୋଇ, ଇନ୍ଦୁମତି ଭୋଇ, ଅଜିତ ସାହୁ, କାର୍ତ୍ତିକ ସାହୁ, ଚୈତନ୍ୟ ସାହୁ, କିଷନ ସାହୁ ପ୍ରମୁଖଙ୍କ ୩ ଶହ ୬୯ କୁଇଣ୍ଟାଲ ୭୭ କେଜି ଧାନ କ୍ରୟ ହୋଇଥିଲା। ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ ଏମ୍‌ରାମପୁର ଥାନା ଅଧିକାରୀ ସୁଦର୍ଶନ ନାୟକଙ୍କ ନେତୃତ୍ୱରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟାଟ୍‌ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ…

ଆମେ ସୁସ୍ଥ ରହିବା ପଛରେ ସୁଷମ ତଥା ଭିଟାମିନଯୁକ୍ତ ଖାଦ୍ୟ ଖାଇବା ଦରକାର। ହେଲେ ଏସବୁ ଖାଦ୍ୟ ସନ୍ତୁଳିତ ରହିବା ନିହାତି ଆବଶ୍ୟକ। ତେବେ ଅସନ୍ତୁଳିତ...

ନିଜ ଫର୍ମକୁ ନେଇ ଏମିତି କହିଦେଲେ ସୂର୍ଯ୍ୟକୁମାର: ରନ୍‌ କରିପାରୁନାହିଁ କିନ୍ତୁ…

ନୂଆଦିଲ୍ଲୀ,୧୫।୧୨: ବହୁତ ଦିନ ଧରି ବଡ଼ ସ୍କୋର କରିବାକୁ ସଂଘର୍ଷ କରୁଥିବା ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଟି-୨୦...

ବଂଶଗତ ରୋଗ ଥାଲାସିମିଆ

ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍‌ ପରିବହନକାରୀ ହେମୋଗ୍ଲୋବିନ୍‌ର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା।...

ମୋକିମଙ୍କ ବିଦା ପରେ ମୁହଁ ଖୋଲିଲେ ନରସିଂହ ମିଶ୍ର, କହିଲେ ନିଷ୍ପତ୍ତି ଉପରେ…

ଭୁବନେଶ୍ୱର,୧୫ା୧୨:  ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ଆଜି ଦଳରୁ ବିଦା କରିଛି କଂଗ୍ରେସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ...

୫୧ ବର୍ଷ ପରେ କ୍ରିକେଟ୍‌ରେ ଘଟିଲା…ଗୋଟିଏ ଦଳରେ ୩ ଭାଇ

ନୂଆଦିଲ୍ଲୀ,୧୫।୧୨: ICC ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ନାମ୍ବିଆ ଏବଂ ଜିମ୍ବାୱେରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ଦେଶ ଗୋଟିଏ ପରେ ଗୋଟିଏ...

ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ: ତଥାଗତ

ଭୁବନେଶ୍ୱର,୧୫ା୧୨(ଜିତେନ୍ଦ୍ର କୁମାର ନାୟକ): ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ ବୋଲି ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ରବିବାର ଦିବସବ୍ୟାପୀ ଅନୁଷ୍ଠିତ...

ମେସିଙ୍କୁ ସ୍ବାଗତ ପାଇଁ ଦିଲ୍ଲୀରେ ହାଇ ଆଲର୍ଟ! ହ୍ୟାଣ୍ଡସେକ୍‌ କରିବାକୁ ଚାହୁଁଥିଲେ ଦେବାକୁ ପଡ଼ିବ ଏତିକି କୋଟି

ନୂଆଦିଲ୍ଲୀ,୧୫।୧୨: ଫୁଟବଲ ଜଗତର ସବୁଠାରୁ ବଡ ତାରକା ଏବଂ ଆର୍ଜେଣ୍ଟିନାକୁ ବିଶ୍ୱକପ ଗୌରବ ପ୍ରଦାନ କରିଥିବା ଅଧିନାୟକ ଲିଓନେଲ ମେସି ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ...

IND v SA, 3rd T20I: ଦକ୍ଷିଣ ଆଫ୍ରିକାକୁ ମହଙ୍ଗା ପଡିଲାକି ଗମ୍ଭୀରଙ୍କ ଚତୁର ରଣନୀତି, ହଠାତ୍…

ନୂଆଦିଲ୍ଲୀ,୧୫।୧୨: ତୃତୀୟ ଟି-୨୦ ମ୍ୟାଚରେ ଭାରତ ୭ ୱିକେଟରେ ବିଜୟୀ ହୋଇଛି । ଅର୍ଶଦୀପ ସିଂହଙ୍କ ବୋଲିଂ ଭାରତର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri