ଚାଷୀଙ୍କ ସହ ଆଲୋଚନା କଲେ ବିଧାୟିକା: ଧାନ କିଣାନେଇ ଫିଟିଲା ବାଟ

କର୍ଲାମୁଣ୍ଡା/ ରିଷିଡା(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କୃଷକ ସଙ୍ଗଠନ କୃଷକ ବିକାଶ ପରିଷଦ ପକ୍ଷରୁ କଟନୀଛଟନୀର ପ୍ରତିବାଦ କରି ଗୁରୁବାରଠାରୁ ଧାରଣା ଦେଇଥିଲେ। ହେଲେ ପ୍ରଶାସନ ପକ୍ଷରୁ ଚାଷୀଙ୍କ ସହ ଆଲୋଚନା ପରେ ମଧ୍ୟ ସମାଧାନର ବାଟ ବହାରି ନ ଥିଲା। ଏଭଳିସ୍ଥିତିରେ ଚାଷୀଙ୍କ ସମସ୍ୟାର ସମାଧାନ ନେଇ ରବିବାର ନର୍ଲା ବିଧାୟିକା ମନୋରମା ମହାନ୍ତି କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଧାନ ମଣ୍ଡି ପରିଦର୍ଶନ କରି କର୍ଲାମୁଣ୍ଡା ମଣ୍ଡିଠାରେ ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ସିଧାସଳଖ ଚାଷୀଙ୍କ ସହିତ ଆଲୋଚନା କରିଥିଲେ l

ଆଲୋଚନା ବେଳେ ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, ଭବାନୀପାଟଣା ଉପଜିଲାପାଳ ପ୍ରଭାତ କୁମାର ପରିଡା, ଜିଲା ଖାଉଟି ଯୋଗାଣ ଅଧିକାରୀ ପବିତ୍ର ମୋହନ ସାହୁ, କର୍ଲାମୁଣ୍ଡା ତହସିଲଦାର ଅରୁଣ ବର୍ଗେ, ଏଆରସି ଏସ୍‌ ମଧୁସୂଦନ ମେହେର, ଆରଆମ୍‌ସି କର୍ମଚାରୀ ଜଗନ୍ନାଥ ସୁନା ଏବଂ ଅତିରିକ୍ତ ଖାଉଟି ଯୋଗାଣ ଅଧିକାରୀ ବିଘ୍ନ ମହାପାତ୍ରଙ୍କ ସମେତ କୃଷକ ବିକାଶ ପରିଷଦର ସଦସ୍ୟ ତଥା ଚାଷୀମାନେ ଉପସ୍ଥିତ ଥିଲେ l

ଶେଷରେ ବସ୍ତା ସହିତ ୫ କିଲୋ ଦୁଇ ଶହ ଗ୍ରାମ ଧାନ କଟନୀ ଦେବେ ବୋଲି ବିଧାୟିକାଙ୍କ ଉପସ୍ଥିତିରେ ଚାଷୀମାନେ ସମ୍ମତି ପ୍ରକାଶ କରିଥିଲେ l ଏଥିରେ ୬ଜଣ ଚାଷୀ ନନ୍ଦି କିଶୋର ଭୋଇ, ଇନ୍ଦୁମତି ଭୋଇ, ଅଜିତ ସାହୁ, କାର୍ତ୍ତିକ ସାହୁ, ଚୈତନ୍ୟ ସାହୁ, କିଷନ ସାହୁ ପ୍ରମୁଖଙ୍କ ୩ ଶହ ୬୯ କୁଇଣ୍ଟାଲ ୭୭ କେଜି ଧାନ କ୍ରୟ ହୋଇଥିଲା। ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ ଏମ୍‌ରାମପୁର ଥାନା ଅଧିକାରୀ ସୁଦର୍ଶନ ନାୟକଙ୍କ ନେତୃତ୍ୱରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri