ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ। ହୁମ୍ମା ସମିତି ସଭ୍ୟ ତଥା ଭାଜପା ଯୁବ ନେତା ଧ୍ରୁବଚରଣ ପଲାଇ, ଦୁର୍ଯ୍ୟୋଧନ ରେଡ୍ଡୀ, ବନଜ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଗଡ଼ହୁମ୍ମା ଜଗନ୍ନାଥ ମନ୍ଦିର ନିକଟରେ କଲ୍ୟାଣମଣ୍ଡପ, ଦାସ ସାହି କଲ୍ୟାଣମଣ୍ଡପ ପାଇଁ ୯ ଲକ୍ଷ ଓ ବାଉଁଶିଆ ପଡ଼ାରେ ଅତ୍ୟାଧୁନିକ ଶ୍ମଶାନ ନିମନ୍ତେ ୫ ଲକ୍ଷ ଓ ଫେବର ରୋଡ୍‌ ଏବଂ ଅନ୍ୟାନ୍ୟ ଉନ୍ନତିମୂଳକ କାର୍ଯ୍ୟ ପାଇଁ ବିଧାୟକ ନିଜସ୍ବ ଫଣ୍ଡରୁ ଅର୍ଥ ମଞ୍ଜୁର କରିଛନ୍ତି l ଏଥିସହ ସ୍ଥାନୀୟ ଜନସାଧାରଣଙ୍କ ମୌଳିକ ସମସ୍ୟା ଓ ଅସୁବିଧା ସମ୍ପର୍କରେ ଗ୍ରାମବାସୀଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ ଯୁବ ବିଧାୟକ ନାୟକ। ସ୍ଥାନୀୟ ଅଞ୍ଚଳର ଉନ୍ନତିକରଣ ଏବଂ ସାମଗ୍ରିକ ବିକାଶ ନିମନ୍ତେ ଯୁବ ସମିତି ସଭ୍ୟ ପଲାଇ ଏନେଇ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଧାୟକଙ୍କ ଆଲୋଚନା ବେଳେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଘୁନାଥ ସାହୁ, ରଙ୍କନିଧି ପ୍ରଧାନ, ଭାଜପା ଯୁବନେତା ପ୍ରଶାନ୍ତ କୁମାର ପରିଡ଼ା, ସୁଶାନ୍ତ ପରିଡ଼ା, ଭଦ୍ରବ୍ୟକ୍ତି ପ୍ରଶାନ୍ତ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?