Posted inଜାତୀୟ

ବିଧାୟକ ଅଯୋଗ୍ୟତା ମାମଲା: ମହାରାଷ୍ଟ୍ର ବାଚସ୍ପତିଙ୍କ ପାଇଁ ଶେଷ ସୁଯୋଗ…

ନୂଆଦିଲ୍ଲୀ,୧୭।୧୦ : ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଉପରେ ନିଷ୍ପତ୍ତି ପାଇଁ ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନାର୍ଭେକର ଧାର୍ଯ୍ୟ କରିଥିବା ସମୟକୁ ନେଇ ସୁପ୍ରିମକୋର୍ଟ ସନ୍ତୁଷ୍ଟ ନୁହଁନ୍ତି। ଯଥାଶୀଘ୍ର ଏହି ମାମଲାରେ ନିଷ୍ପତ୍ତି ନେବାକୁ କୋର୍ଟ କହିଛନ୍ତି। ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି ସେ ବ୍ୟକ୍ତିଗତ ଭାବେ ମହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କ ସହ ଦଶହରା ଛୁଟିରେ କଥା ହେବେ।

ବାଚସ୍ପତିଙ୍କୁ ଶିବସେନା ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଶୁଣାଣି ପାଇଁ ପ୍ରକୃତ ସମୟ ସୀମା କହିବା ପାଇଁ ସୁପ୍ରିମକୋର୍ଟ ଶେଷ ସୁଯୋଗ ଦେଇଛନ୍ତି। ଶିବସେନା ବିଧାୟକଙ୍କ ଅଯୋଗ୍ୟତା ସହ ଜଡିତ ବିବାଦ ଉପରେ ଆବେଦନ ଶୁଣାଣି ପାଇଁ କୋର୍ଟ ଅକ୍ଟୋବର ୩୦ ତାରିଖ ସ୍ଥିର କରିଛନ୍ତି।

ଏହାପୂର୍ବରୁ ସୁପ୍ରିମକୋର୍ଟ ଶିବସେନାର ଉଦ୍ଧବ ଠାକରେ ଏବଂ ଜାତୀୟତାବାଦୀ କଂଗ୍ରେସ ପାର୍ଟିର ଶରଦ ପାୱାରଙ୍କ ପିଟିଶନର ଶୁଣାଣି କରିଥିଲେ। କୋର୍ଟ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ କହିଥିଲେ ମହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କୁ କୋର୍ଟଙ୍କ ନିର୍ଦ୍ଦେଶକୁ ଅଣଦେଖା ନ କରିବାକୁ ପରାମର୍ଶ ଦେବାକୁ ପଡ଼ିବ। ସେମାନେ ଏପରି କୋର୍ଟର ନିର୍ଦ୍ଦେଶକୁ ପ୍ରତ୍ୟାଖ୍ୟାନ କରିପାରିବେ ନାହିଁ ।

କୋର୍ଟ ଏହା ମଧ୍ୟ କହିଛନ୍ତି ଗତ ଥର ଆମେ ଭାବିଥିଲୁ ଉତ୍ତମ ସମନ୍ବୟ ହେବ। ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଶୁଣାଣି ବିଳମ୍ବ କରିବା ଉଚିତ ନୁହେଁ। ସେ ଏହି ପ୍ରସଙ୍ଗକୁ ଗମ୍ଭୀରତାର ସହ ନେଉଛନ୍ତି ବୋଲି ବାଚସ୍ପତି ଭାବିବା ଉଚିତ। ଜୁନ ମାସରୁ ଏହି ପ୍ରସଙ୍ଗରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଶୁଣାଣି ହେବାବେଳେ ସେମାନେ କିଛି ବାହାନା କରିବା ଉଚିତ ନୁହେଁ।

ସର୍ବୋଚ୍ଚ ଅଦାଲତ କହିଛନ୍ତି ଯଦି ନିର୍ଦ୍ଧାରିତ ସମୟରେ ମହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କ ଦ୍ୱାରା ଏକ ଯୁକ୍ତିଯୁକ୍ତ ସମୟସୀମା ଗ୍ରହଣ ନ ହୁଏ, ତେବେ କୋର୍ଟଙ୍କ ଆଦେଶ ପାଳନ କରାଯାଉ ନ ଥିବାରୁ ଏହା ଏକ ବାଧ୍ୟତାମୂଳକ ନିର୍ଦ୍ଦେଶ ପ୍ରଦାନ କରାଯିବ। ଆସନ୍ତା ନିର୍ବାଚନ ପୂର୍ବରୁ ଅନ୍ତତଃପକ୍ଷେ ବିଧାୟକଙ୍କ ଅଯୋଗ୍ୟତା ଉପରେ ବାଚସ୍ପତି ନିଷ୍ପତ୍ତି ନେବା ଉଚିତ ବୋଲି କୋର୍ଟ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri