ବିକାଶର ଧାରା ଓଡ଼ିଶା ସାରା: ୧୬୩ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ବିଧାୟକ

ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଭାଜପା ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ୧୬୩ ହିତାଧିକାରୀଙ୍କୁ ବିଭିନ୍ନ ଯୋଜନାରେ ଭତ୍ତା ପ୍ରଦାନ କରାଯାଇଥିଲା। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ତାହା ପ୍ରଦାନ କରିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା କାର୍ଡ ଯୋଜନାରେ ୨୬୨ ଜଣଙ୍କୁ ରାଶନକାର୍ଡ, ଅଙ୍ଗନଓ୍ବାଡି କର୍ମୀ୍‌ମାନଙ୍କୁ ମୋବାଇଲ ଏବଂ ନିର୍ମାଣ ଶ୍ରମିକମାନଙ୍କୁ ଶ୍ରମିକ କାର୍ଡ ବଣ୍ଟନ କରିଥିଲେ।

ରାଜ୍ୟରେ ଭାଜପା ସରକାର ଆସିବା ପରେ ବିକାଶର ଧାରା ଓଡ଼ିଶା ସାରା ଚାଲିଛି ବୋଲି ବିଧାୟକ ତାଙ୍କ ଅଭିଭାଷଣରେ କହିଥିଲେ। ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ମଧ୍ୟ ବିକାଶର ଧାରା ଚାଲିଛି ବୋଲି ବିଧାୟକ କହିଥିଲେ। ବୈଠକରେ ବିଡିଓ ଭାରତୀ ଦେବୀ ଅଧ୍ୟକ୍ଷତା କରିଥିଲେ। ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ସଭାକୁ ସଂଯୋଜନା କରିଥିଲେ। ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ, ଏମ୍‌ପି ପ୍ରତିନିଧି ଶିବ ଶଙ୍କର ପ୍ରଧାନ, ରବୀନ୍ଦ୍ର ଗୌଡ଼ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହକାରୀ ନିର୍ବାହୀ ଯନ୍ତ୍ରୀ ନିତ୍ୟାନନ୍ଦ ପାତ୍ର, ସହକାରୀ ଯନ୍ତ୍ରୀ ରବୀନ୍ଦ୍ର କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri