ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪ ଜଣଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରି ଖୁବ୍ଶୀଘ୍ର ଗୃହ କାର୍ଯ୍ୟ ସମାପ୍ତ କରିବା ନିମନ୍ତେ ବିଧାୟକ ହିତାଧିକାରୀଙ୍କୁ ପରାମର୍ଶ ଦେବା ସହ ନିର୍ଦ୍ଧାରିତ ସମୟସୀମା ପୂର୍ବରୁ କାର୍ଯ୍ୟ ସମ୍ପୂର୍ଣ୍ଣ କଲେ ୨୦୦୦୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ ବୋଲି କହିଥିଲେ।
ଏତଦ୍ବ୍ୟତୀତ କାର୍ଯ୍ୟାଦେଶ ପାଇଥିବା ସମସ୍ତ ହିତାଧିକାରୀ ଏହି ପ୍ରୋତ୍ସାହନ ରାଶି ପାଇବା ପାଇଁ ଯୋଗ୍ୟ ହୁଅନ୍ତୁ ବୋଲି କହିଥିଲେ। ଏହି କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମରେ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ପାଢ଼ୀ, ଏମ୍ପି ପ୍ରତିନିଧି ଏସ୍ ମୀନକେଶଙ୍କ ସମେତ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

