ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷକମାନେ ହେଉଛନ୍ତି ଆମ ଦେଶର ମେରୁଦଣ୍ଡ ବୋଲି କହିଥିଲେ। ଡବଲ ଇଞ୍ଜିନ ସରକାର କୃଷକମାନଙ୍କ ସମସ୍ତ ମୌଳିକ ଆବଶ୍ୟକତା ପୂରଣ ପାଇଁ ପ୍ରତିଶ୍ରୁତି ବଦ୍ଧ। ମୁଁ ମଧ୍ୟ ହାତକୁ ହାତ ମିଶେଇବା ସହ କୃଷକ ମାନଙ୍କ ଆବଶ୍ୟକତା ପୂରଣ ପାଇଁ ଆଗାମୀ ଦିନରେ ପଦକ୍ଷେପ ନେବି ବୋଲି ବିଧାୟକ କହିଥିଲେ।
ଅନ୍ୟ ପକ୍ଷେ ବିଧାୟକ ମଧ୍ୟ ଏକ ମିନି ଟ୍ରାକ୍ଟର ଚଲାଉଥିବା ଦେଖିବାକୁ ମିଳିଛି। ଏଥିସହ ଭଞ୍ଜନଗର ନିର୍ବାଚନମଣ୍ଡଳୀ କୃଷି କ୍ଷେତ୍ରରେ କିଭଳି ଆହୁରି ଆଗକୁ ଯିବ ସେନେଇ ପଦକ୍ଷେପ ନେବି ବୋଲି ବିଧାୟକ ପ୍ରତିଶ୍ରୁତି ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉପ ଜିଲାପାଳ ଉମା ଶଙ୍କର ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ବିଭିନ୍ନ କୃଷି ଯନ୍ତ୍ରପାତି ବଣ୍ଟନ କରାଯାଇଥିଲା। ଏଥିସହ ସବସିଡି ଅର୍ଥ ମଧ୍ୟ ପ୍ରଦାନ କରାଯାଇଥିଲା। ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ର, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଠୁ ପ୍ରସାଦ ପ୍ରଧାନ, ଏମପି ପ୍ରତିନିଧି ସନ୍ତୋଷ ତିଆଡି, ଭାଜପା ଓବିସି ନେତା ମାନସ ଜେନା ସମେତ
 କୃଷି ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri