ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷକମାନେ ହେଉଛନ୍ତି ଆମ ଦେଶର ମେରୁଦଣ୍ଡ ବୋଲି କହିଥିଲେ। ଡବଲ ଇଞ୍ଜିନ ସରକାର କୃଷକମାନଙ୍କ ସମସ୍ତ ମୌଳିକ ଆବଶ୍ୟକତା ପୂରଣ ପାଇଁ ପ୍ରତିଶ୍ରୁତି ବଦ୍ଧ। ମୁଁ ମଧ୍ୟ ହାତକୁ ହାତ ମିଶେଇବା ସହ କୃଷକ ମାନଙ୍କ ଆବଶ୍ୟକତା ପୂରଣ ପାଇଁ ଆଗାମୀ ଦିନରେ ପଦକ୍ଷେପ ନେବି ବୋଲି ବିଧାୟକ କହିଥିଲେ।
ଅନ୍ୟ ପକ୍ଷେ ବିଧାୟକ ମଧ୍ୟ ଏକ ମିନି ଟ୍ରାକ୍ଟର ଚଲାଉଥିବା ଦେଖିବାକୁ ମିଳିଛି। ଏଥିସହ ଭଞ୍ଜନଗର ନିର୍ବାଚନମଣ୍ଡଳୀ କୃଷି କ୍ଷେତ୍ରରେ କିଭଳି ଆହୁରି ଆଗକୁ ଯିବ ସେନେଇ ପଦକ୍ଷେପ ନେବି ବୋଲି ବିଧାୟକ ପ୍ରତିଶ୍ରୁତି ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉପ ଜିଲାପାଳ ଉମା ଶଙ୍କର ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ବିଭିନ୍ନ କୃଷି ଯନ୍ତ୍ରପାତି ବଣ୍ଟନ କରାଯାଇଥିଲା। ଏଥିସହ ସବସିଡି ଅର୍ଥ ମଧ୍ୟ ପ୍ରଦାନ କରାଯାଇଥିଲା। ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ର, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଠୁ ପ୍ରସାଦ ପ୍ରଧାନ, ଏମପି ପ୍ରତିନିଧି ସନ୍ତୋଷ ତିଆଡି, ଭାଜପା ଓବିସି ନେତା ମାନସ ଜେନା ସମେତ
କୃଷି ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri