ଆଖଡ଼ାଶାଳରେ ବିଧାୟକଙ୍କୁ ଜରିମାନା

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୩ରୁ ଆରମ୍ଭ ହେବ। ତେବେ ଅନ୍ୟବର୍ଷ ତୁଳନାରେ ଏଥର ଧନୁଯାତ୍ରା ଦୃଶ୍ୟାଭିନୟକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତ କଳାକାର ଏବେଠାରୁ ଲାଗି ପଡ଼ିଛନ୍ତି। ଏହି କ୍ରମରେ ବରଗଡ଼ ଗାନ୍ଧୀଛକ କଲ୍ୟାଣ ମଣ୍ଡପ ବର୍ତ୍ତମାନ ଧନୁଯାତ୍ରା କଳାକାରଙ୍କ ପାଇଁ ଆଖଡ଼ାଶାଳ ପାଲଟିଛି ଏବଂ ଏଠାରେ ମଥୁରାନଗରୀ କଳାକାରଙ୍କ ରିହର୍ସାଲ ଚାଲିଛି। ଶୁକ୍ରବାର କଳାକାରଙ୍କ ଏହି ଆଖଡ଼ାଶାଳ ପରିଦର୍ଶନ ପାଇଁ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଆସିଥିଲେ। ବାଗ୍‌ଦେବୀଙ୍କ ପୂଜାର୍ଚ୍ଚନା ପରେ ସେ କଳାକାରଙ୍କ ରିହର୍ସାଲ ଦେଖିଥିଲେ। ତେବେ ରିହର୍ସାଲ ଚାଲିଥିବାବେଳେ କଂସ ଅଭିନେତା ଭୁବନେଶ୍ୱର ପ୍ରଧାନ ବିଧାୟକ ଷଡ଼ଙ୍ଗୀଙ୍କୁ ତାଙ୍କ ସମ୍ମୁଖରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ। ହାଜର ହେବା ପରେ କଂସ ଅଭିନେତା ବିଧାୟକଙ୍କୁ ତାଙ୍କ ନିର୍ବାଚନ ମଣ୍ଡଳୀ ଖବର ଜଣାଇବାକୁ ନିର୍ଦ୍ଦେଶ ଦେଇଥିଲେ। ବିଧାୟକ ଷଡ଼ଙ୍ଗୀ ନିଜ ନିର୍ବାଚନ ମଣ୍ଡଳୀର ଖବର ଦେବା ସହିତ ଆସନ୍ତା ଧନୁଯାତ୍ରା ଦେଖି ଆସିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀମଣ୍ଡଳର ଅନ୍ୟ ମନ୍ତ୍ରୀମାନେ ପର୍ଯ୍ୟାୟକ୍ରମେ ମଥୁରାନଗରୀକୁ ଆସିବେ ବୋଲି କହିଥିଲେ। କଂସ ମହାରାଜ ଏଥିରେ ବିମୋହିତ ହୋଇଥିଲେ କିନ୍ତୁ ଏଭଳି ଏକ ଭଲ ଖବର ଦେବାରେ ବିଳମ୍ବ କରିଥିବା ଯୋଗୁ ବିଧାୟକ ଷଡ଼ଙ୍ଗୀଙ୍କୁ ୫ଲକ୍ଷ ସ୍ବର୍ଣ୍ଣମୁଦ୍ରାରେ ଦଣ୍ଡିତ କରିଥିଲେ। ଏହା କଳାକାରଙ୍କ ରିହର୍ସାଲ ଥିଲେ ସୁଦ୍ଧା ଏହି ଦୃଶ୍ୟାଭିନୟରୁ ଆସନ୍ତା ଧନୁଯାତ୍ରା ମହୋତ୍ସବ କିଭଳି ଆକର୍ଷଣୀୟ ହେବ ତାହା ଆପେ ବାରି ହୋଇ ପଡ଼ିଥିଲା ବୋଲି ସ୍ଥାନୀୟ ଲୋକେ କହିଥିଲେ। ଏହି ଦୃଶ୍ୟାଭିନୟ ସମୟରେ ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ, ଧନୁଯାତ୍ରା କଳାକାର ଉପଦେଷ୍ଟା ସମନ୍ବୟ ସମିତିର ସହ ଆବାହକ ଅଶୋକ ବେହେରା ଏବଂ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri