ଚାଷୀଙ୍କ ମୃତ୍ୟୁ: ପରିବାରକୁ ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର,୧୩।୧(ସନ୍ତୋଷ ପାଢ଼ୀ): ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ସୋମବାର ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କତୁରୁ ଗ୍ରାମର ମୃତ୍ୟୁବରଣ କରିଥିବା ଚାଷୀ ପି.ଈଶ୍ୱର ରେଡ୍ଡିଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ ୨୦ ହଜାର ଟଙ୍କା ଆର୍ଥିକ ସାହାୟତା ପ୍ରଦାନ କରିଛନ୍ତି। ଏପରିକି ରେଡ଼କ୍ରସ ପାଣ୍ଠିରୁ ମଧ୍ୟ ୩୦ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି।

ସୂଚନା ଯୋଗ୍ୟ, ବିପୁଳିଙ୍ଗୀ ପଞ୍ଚାୟତ କତୁରୁ ଗ୍ରାମର ଚାଷୀ ପି. ଈଶ୍ୱର ରେଡ୍ଡି(୭୧ ) ହଠାତ ଅସୁସ୍ଥ ହୋଇପଡିବାରୁ ପ୍ରଥମେ ଛତ୍ରପୁର ଏବଂ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲା। ପରବର୍ତ୍ତୀ ସମୟରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ଅଣାଯାଇଥିଲା ।

ହେଲେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ରାତିରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଈଶ୍ୱରଙ୍କ ପରିବାର ଲୋକଙ୍କ କହିବା ଅନୁସାରେ ଡିସେମ୍ବର ମାସରେ ହୋଇଥିବା ଅଦିନିଆ ବର୍ଷା ଯୋଗୁ ତାଙ୍କ ପାଚିଲା ଧାନ ଓଦା ହୋଇ ନଷ୍ଟ ହୋଇଯାଇଥିଲା। ଏପରିକି ଈଶ୍ୱର ବ୍ୟାଙ୍କରୁ ଋଣ ଆଣି ଚାଷ କରିଥିବା ବେଳେ ଆଶାଠାରୁ ବହୁ କମ୍‌ ଧାନ ପାଇଥିଲେ। ଫଳରେ ସେ ଚିନ୍ତିତ ରହୁଥିଲେ। ଏପରିକି ଋଣ ବୋଝ ସମ୍ଭାଳି ନ ପାରି ସେ କିଛି ଦିନ ହେଲା ସୁସ୍ଥ ହୋଇପଡିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପ୍ରଶାସନିକ ଟିମ୍‌ ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ କୃଷିଋଣ ଛାଡ଼ କରିବା ପାଇଁ ମୃତ ଈଶ୍ୱର ରେଡିଙ୍କ ପୁଅ ଚିତ୍ତରଞ୍ଜନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri