ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ମାମଲା: ଜେଲ ଗଲେ ୧୦ ଅଭିଯୁକ୍ତ

ଯାଜପୁର,୨୧।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଗୁରୁବାର ୧୦ଜଣଙ୍କୁ ଗିରଫ କରିଛି। ପୋଲିସ ଗିରଫ ସମସ୍ତ ଅଭିଯୁକ୍ତଙ୍କୁ ଯାଜପୁର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ବିଧାୟକଙ୍କ ପିଏସ୍‌ଓଙ୍କ ଏତଲା ଆଧାରରେ ୧୦ଜଣ ଗିରଫ କରାଯାଇଛି।

ଅନ୍ୟପକ୍ଷେ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ବିଧାୟକ ହିମାଂଶୁ ଅଭିଯୋଗ କରିଛନ୍ତି। ହିମାଂଶୁଙ୍କ ଅଭିଯୋଗ ମୁତାବକ, ବୁଧବାର ଡିଡିଏମ୍‌ଙ୍କ ସହିତ ଥିବା ବୈଠକରେ ଯୋଗଦେବାକୁ ଅଫିସକୁ ଯାଉଥିଲେ। ଏତିକିବେଳେ ରାସ୍ତାରେ କିଛି ଲୋକ ରାସ୍ତାରୋକା କରିଥିଲେ। ରାସ୍ତା ବନ୍ଦ ଥିବାରୁ ଗାଡ଼ି ଅଟକି ରହିଥିଲା, ଏତିକି ବେଳେ କିଛି ଲୋକ ମାଡ଼ି ଆସିଥିଲେ। ସେମାନଙ୍କ ନିକଟରେ ରଡ, ଠେଙ୍ଗା ଥିଲା। ଏଥିରେ ସେମାନେ ମୋ ଗାଡ଼ିକୁ ପିଟିଥିଲେ। ଏହାପରେ ଗାଡ଼ିରେ ମୋତେ ଦେଖି ମୋ ଆଡ଼କୁ ମାଡ଼ି ଆସିଥିଲେ। ସମସ୍ତେ ମିଶି ମୋତେ ପିଟି, ମୋ ଚେନ ଛିଡ଼ାଇ ନେଇଥିଲେ। ଆକ୍ରମଣ କରିବା ସମୟରେ ସେମାନେ ବବି ଭାଇ ଜିନ୍ଦାବାଦ କହି ନାରା ଦେଇଥିଲେ।

ବିଧାୟକ ହିମାଂଶୁଙ୍କ ଉପରେ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଥିଲେ, ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)। ସେ କହିଛନ୍ତି ‘ଗଣତନ୍ତ୍ରରେ କୌଣସି ପ୍ରକାର ହିଂସାକୁ ପ୍ରଶ୍ରୟ ଦିଆଯିବ ନାହିଁ। ଘଟଣାକୁ ନିନ୍ଦା କରୁଛି। ତେବେ ମୁଁ ଘଟଣାସ୍ଥଳରେ ନ ଥିଲି, ବିରଜା ପ୍ରକଳ୍ପକୁ ନେଇ ରାସ୍ତାରୋକୋ ହୋଇଥିଲା। ବିଧାୟକ ସେପଟେ ଯାଉଥିଲେ, ବଚସା ହୋଇଥିବା ମୁଁ ଶୁଣିବାକୁ ପାଇଛି। ବିଧାୟକଙ୍କୁ ବବିଙ୍କ ଭାଇ ଆକ୍ରମଣ କରିଥିବା ପ୍ରଶ୍ନରେ ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ‘ଭାଇକୁ କହିଛି ଥାନାରେ ଯାଇ ବସିବାକୁ, ଦୋଷୀ ଥିଲେ କାର୍ଯ୍ୟାନୁଷ୍ଠାନ ହେଉ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri