ହିମାଂଶୁଙ୍କୁ ଆକ୍ରମଣ: ଯାଜପୁରରେ ଭୟଙ୍କର ସ୍ଥିତି

ଯାଜପୁର,୨୧।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ। ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଯାଜପୁର ବୁଢ଼ାପୋଲ ନିକଟରେ ଏହି ଆକ୍ରମଣ ହୋଇଥିବା କୁହାଯାଉଛି। ଘଟଣା ସମ୍ପର୍କରେ ହିମାଂଶୁ ପୋଲିସ ଆଗରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ବୁଧବାର ଡିଡିଏମଙ୍କ ସହିତ ଥିବା ବୈଠକରେ ଯୋଗଦେବାକୁ ଅଫିସକୁ ଯାଉଥିଲି। ଏତିକିବେଳେ ରାସ୍ତାରେ କିଛି ଲୋକ ରାସ୍ତାରୋକ କରିଥିଲେ। ରାସ୍ତା ବନ୍ଦ ଥିବାରୁ ମୋ ଗାଡ଼ି ସେଠାରେ ଅଟକି ଥିଲା, ଏତିକି ବେଳେ କିଛି ଲୋକ ମୋ ଆଡ଼କୁ ମାଡ଼ି ଆସିଥିଲେ। ସେମାନଙ୍କ ନିକଟରେ ରଡ, ଠେଙ୍ଗା ଥିଲା।

ତେବେ ହିମାଶୁଂଙ୍କୁ ଆକ୍ରମଣ ଘଟଣାରେ ଯାଜପୁରରେ ବିବାଦ ତେଜିବାରେ ଲାଗିଛି। ଗୁରୁବାର ବିରଜା ହାଟ ପୁନଃଅବସ୍ଥାନକୁ ଗୋଟିଏ ଗୋଷ୍ଠୀ ବିରୋଧ କରିଛି। କହିରଖୁଛୁ କି, ବିରଜା ହାଟ ପୁନଃଅବସ୍ଥାନ ପାଇଁ ଅନୁମତି ଦେଇଥିଲା ପ୍ରଶାସନ। ପ୍ରଶାସନର ଅନୁମତି ପରେ ବ୍ୟବସାୟୀମାନେ ହାଟରେ ପହଞ୍ଚିଥିଲେ। ହେଲେ ଅନ୍ୟ ଏକ ଗୋଷ୍ଠୀ ଯାଜପୁର-ସିଂହପୁର ରାସ୍ତା ଅବରୋଧ କରି ପ୍ରତିବାଦ କରିଥିଲେ। ବିବାଦୀୟ ସ୍ଥିତି ଦେଖାଯିବା ପରେ ଗୋଟିଏ ପ୍ଲାଟୁନ ପୋଲିସ ମୁତୟନ ହୋଇଛି।

ଘଟଣାସ୍ଥଳରେ ହାଟ ସପକ୍ଷବାଦୀ ଓ ବିପକ୍ଷବାଦୀ ମୁହାଁମୁହିଁ ହୋଇଛନ୍ତି। ଏହାକୁ ଦେଖି ବିରଜା ହାଟକୁ ସାମୟିକ ଭାବେ ବନ୍ଦ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି। ସାମୟିକ ଭାବେ ବନ୍ଦ ଘୋଷଣା ନିର୍ଦ୍ଦେଶ ଦେଇଛନ୍ତି ଉପଜିଲାପାଳ।

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri