ପାଟଣାରେ ପତାକା ଉତ୍ତୋଳନ କଲେ ବିଧାୟକ

ପାଟଣା,୨୬ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣାରେ ବ୍ଲକସ୍ତରୀୟ ୭୪ ତମ ସାଧାରଣତନ୍ତ୍ର ଦିବସ ଗୁରୁବାର ମୁଖ୍ୟାଳୟ ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକ ଜାତୀୟ ପତାକା ଉତ୍ତୋଳନ କରି ୨୬ଟି ପରେଡ ଗ୍ରୁପରୁ ଅଭିବାଦନ ଗ୍ରହଣ କରିଛନ୍ତି। ବକ୍ତବ୍ୟରେ ରାଷ୍ଟ୍ରକୁ ପରମ ବୈଭବଶାଳୀ କରିବାକୁ ନାଗରିକଙ୍କୁ ଦେଶ ଗଠନରେ ଭାଗିଦାରୀ ହେବାକୁ ଉପସ୍ଥିତ ଛାତ୍ରୀଛାତ୍ର କର୍ମଚାରୀ ଓ ଜନତାଙ୍କୁ ବିଧାୟକ ଆହ୍ବାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ଉପାଧ୍ୟକ୍ଷା ବୀଣାପାଣି ନାଏକ, ବଡ଼ପାଟଣା ସରପଞ୍ଚ ବିନତି ବାନରା, ସମିତିସଭ୍ୟ ମୋହନ ସୁନ୍ଦର ମହାନ୍ତ, ବିଡିଓ ଈଶ୍ୱର ଚନ୍ଦ୍ର ନାଏକ, ତହସିଲଦାର ତାପସ ରଞ୍ଜନ ଦେହୁରୀ, ବିଇଓ ପୂର୍ଣ୍ଣ ଚନ୍ଦ୍ର ଅମାନ୍ତ, ରେଞ୍ଜର ଘାସିନାଥ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ପରେଡର ବିଚାରକ ଭାବେ ରେଞ୍ଜର ଘାସିନାଥ ପାତ୍ର,ଥାନାଧିକାରୀ ମନୋରଞ୍ଜନ ପ୍ରଧାନ, ଅଗ୍ନିଶମ ଅଧିକାରୀ ମନୋରଞ୍ଜନ ମହାନ୍ତ ଯୋଗ ଦେଇଥିଲେ। ପରେଡର ସିନିୟରଗ୍ରୁପ ଜି ଏନ ହାଇସ୍କୁଲ ବାଳକ ପ୍ରଥମ,ଜୁନିୟରରେ ଜିଏନ୍‌ ହାଇସ୍କୁଲ ବାଳିକା, ସବ୍‌ଜୁନିୟରରେ ସେଣ୍ଟ ଜାଭିୟର ସ୍କୁଲ ବାଳକ ପ୍ରଥମ ସ୍ଥାନ ଗ୍ରହଣ କରି ସିଲ୍ଡ ପାଇଥିବା ବେଳେ ଜି ଏନ୍‌ ହାଇସ୍କୁଲ ସ୍ବାମପାଟଣା ଚାମ୍ପିଅନ ହୋଇଥିଲା। ସ୍ଥାନୀୟ ମହାବିଦ୍ୟାଳୟକୁ ସ୍ବତନ୍ତ୍ର ସିଲ୍ଡ ପ୍ରଦାନ କରାଯାଇଥିଲା। ବ୍ଲକରେ ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ତହସିଲରେ ତହସିଲଦାର ତାପସ ରଞ୍ଜନ ଦେହୁରୀ,ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡା. ଲକ୍ଷ୍ମଣ ମହାନ୍ତ, କଲେଜରେ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର ସାହୁ, ରେଞ୍ଜ କାର୍ଯ୍ୟାଳୟରେ ରେଞ୍ଜର ଘାସିନାଥ ପାତ୍ର, ମୁକ୍ତି ତୀର୍ଥ କ୍ଲବ ସ୍ବାମ୍‌ରେ ଭାଗୀରଥି ଦାଶ, ଅଗ୍ନିଶମ କାର୍ଯ୍ୟାଳୟରେ ହାବିଲଦାର ଚନ୍ଦ୍ରାଇ ସୋରେନ ପ୍ରମୁଖ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri