ପତାକା ଉତ୍ତୋଳନ କଲେ ବିଧାୟକ: ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନକୁ ସ୍ମରଣ

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ ଶୁକ୍ରବାର ବ୍ଲକସ୍ତରୀୟ ୭୯ତମ ସ୍ବାଧୀନତା ଦିବସ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଜି. ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦାନ କରି ଜାତୀୟ ପତ୍ତାକା ଉତ୍ତୋଳନ କରିଥିଲେ। ମୁଖ୍ୟ ଅତିଥି ପରେଡ ପଡିଆରେ ପହଞ୍ଚିବା ପରେ ଜାତୀୟ ଦିବସ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥ, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ,ଡିଏସପି ତଥା ଦାରିଙ୍ଗବାଡି ଥାନା ଅଧିକାରୀ କନକ କୁମାର ମାଝୀ, ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ ପ୍ରମୁଖ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ପରେ ଜାତୀୟ ପତ୍ତାକା ଉତ୍ତୋଳନ ପରେ ସାମୂହିକ ପ୍ୟାରେଡ ପରିଦର୍ଶନ କରିଥିଲେ।

ମୁଖ୍ୟ ଅତିଥି ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ଛାତ୍ରୀଛାତ୍ର ଓ ଉପସ୍ଥିତ ଲୋକଙ୍କୁ ଭାରତକୁ ବିଦେଶୀ ଶାସନ ପ୍ରଥମେ କିଭଳି ଆରମ୍ଭ ହୋଇଥିଲା। ମହାତ୍ମା ଗାନ୍ଧୀ ଓ ସ୍ବାଧୀନତା ସଂଗ୍ରାମୀମାନେ ଅଂଶ ଗ୍ରହଣ କରିବା ସହ ଦେଶ ପାଇଁ ବଳିଦାନ କରିଥିଲେ। ସେ ସମ୍ପର୍କରେ କିଭଳି ଦେଶକୁ ସୱାଧୀନ ଦେଇଥିଲେ ସେ ସମ୍ପର୍କରେ ପ୍ରକାଶ କରିଥିଲେ। ସେହିପରି ଦାରିଙ୍ଗବାଡିକୁ ସେ ଡ଼େରିଙ୍ଗ ବାଡ଼ି ଏଠାକାର ସମସ୍ତଙ୍କ ନିକଟରେ ସାହସୀ ବା ଡ଼େରିଙ୍ଗ ରହିଥିବା କହି ଲୋକଙ୍କୁ ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ସାମୂହିକ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ ପରେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବ୍ଲକସ୍ତରୀୟ ବିଭିନ୍ନ ପ୍ରତିଯୋଗୀଙ୍କୁ ସେ ମାନପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ସାହୁ ଏବଂ ସରୋଜିନୀ ଦାସ ମଞ୍ଚ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ମୋଟ ୩୩ଟି ବିଦ୍ୟାଳୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟର ପରେଡ ଦଳ ଅଂଶ ଗ୍ରହଣ କରିଥିଲେ। ସେମାନଙ୍କୁ ଜଜ୍‌ ଭାବେ ଅଗ୍ନିଶମ ବିଭାଗର ଅଧିକାରୀ ଧବଳେଶ୍ୱର ପ୍ରଧାନ, ପୋଲିସ ବିଭାଗର ଭାଗବତ ପ୍ରସାଦ କଂହର ଏବଂ ପ୍ରଶାନ୍ତ କୁମାର ବେହେରା ପ୍ରମୁଖ କୃତି ପାରେଡ ଦଳକୁ ମନୋନୀତ କରିଥିଲେ। କାର୍ଯ୍ୟକ୍ରମରେ ଅଞ୍ଚଳର ଶହ ଶହ ଲୋକ ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri