ପତାକା ଉତ୍ତୋଳନ କଲେ ବିଧାୟକ: ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନକୁ ସ୍ମରଣ

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ ଶୁକ୍ରବାର ବ୍ଲକସ୍ତରୀୟ ୭୯ତମ ସ୍ବାଧୀନତା ଦିବସ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଜି. ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦାନ କରି ଜାତୀୟ ପତ୍ତାକା ଉତ୍ତୋଳନ କରିଥିଲେ। ମୁଖ୍ୟ ଅତିଥି ପରେଡ ପଡିଆରେ ପହଞ୍ଚିବା ପରେ ଜାତୀୟ ଦିବସ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥ, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ,ଡିଏସପି ତଥା ଦାରିଙ୍ଗବାଡି ଥାନା ଅଧିକାରୀ କନକ କୁମାର ମାଝୀ, ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ ପ୍ରମୁଖ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ପରେ ଜାତୀୟ ପତ୍ତାକା ଉତ୍ତୋଳନ ପରେ ସାମୂହିକ ପ୍ୟାରେଡ ପରିଦର୍ଶନ କରିଥିଲେ।

ମୁଖ୍ୟ ଅତିଥି ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ଛାତ୍ରୀଛାତ୍ର ଓ ଉପସ୍ଥିତ ଲୋକଙ୍କୁ ଭାରତକୁ ବିଦେଶୀ ଶାସନ ପ୍ରଥମେ କିଭଳି ଆରମ୍ଭ ହୋଇଥିଲା। ମହାତ୍ମା ଗାନ୍ଧୀ ଓ ସ୍ବାଧୀନତା ସଂଗ୍ରାମୀମାନେ ଅଂଶ ଗ୍ରହଣ କରିବା ସହ ଦେଶ ପାଇଁ ବଳିଦାନ କରିଥିଲେ। ସେ ସମ୍ପର୍କରେ କିଭଳି ଦେଶକୁ ସୱାଧୀନ ଦେଇଥିଲେ ସେ ସମ୍ପର୍କରେ ପ୍ରକାଶ କରିଥିଲେ। ସେହିପରି ଦାରିଙ୍ଗବାଡିକୁ ସେ ଡ଼େରିଙ୍ଗ ବାଡ଼ି ଏଠାକାର ସମସ୍ତଙ୍କ ନିକଟରେ ସାହସୀ ବା ଡ଼େରିଙ୍ଗ ରହିଥିବା କହି ଲୋକଙ୍କୁ ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ସାମୂହିକ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ ପରେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବ୍ଲକସ୍ତରୀୟ ବିଭିନ୍ନ ପ୍ରତିଯୋଗୀଙ୍କୁ ସେ ମାନପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ସାହୁ ଏବଂ ସରୋଜିନୀ ଦାସ ମଞ୍ଚ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ମୋଟ ୩୩ଟି ବିଦ୍ୟାଳୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟର ପରେଡ ଦଳ ଅଂଶ ଗ୍ରହଣ କରିଥିଲେ। ସେମାନଙ୍କୁ ଜଜ୍‌ ଭାବେ ଅଗ୍ନିଶମ ବିଭାଗର ଅଧିକାରୀ ଧବଳେଶ୍ୱର ପ୍ରଧାନ, ପୋଲିସ ବିଭାଗର ଭାଗବତ ପ୍ରସାଦ କଂହର ଏବଂ ପ୍ରଶାନ୍ତ କୁମାର ବେହେରା ପ୍ରମୁଖ କୃତି ପାରେଡ ଦଳକୁ ମନୋନୀତ କରିଥିଲେ। କାର୍ଯ୍ୟକ୍ରମରେ ଅଞ୍ଚଳର ଶହ ଶହ ଲୋକ ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri