ଖଣ୍ଡଦେଉଳୀରେ ପିଏମଶ୍ରୀ ସ୍କୁଲର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ କଲେ ବିଧାୟକ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୨।୫(ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ଖଣ୍ଡଦେଉଳୀ ଗ୍ରାମରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ନବନିର୍ମିତ ବଜାର ଗୃହ ଓ ପି.ଏମ.ଶ୍ରୀ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହର ଶୁଭ ଉଦଘାଟନ ହୋଇଯାଇଛି । ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ।
ଏହି ଅବସରରେ ବିଧାୟକ କହିଛନ୍ତି ଯେ, ନୂତନ ବଜାର ଗୃହ ପ୍ରତିଷ୍ଠା ଦ୍ୱାରା ସ୍ଥାନୀୟ ଅଞ୍ଚଳର ଗ୍ରାମୀଣ ବ୍ୟବସାୟୀମାନେ ଉପକୃତ ହେବେ ଏବଂ ଏହା ଗ୍ରାମର ଅର୍ଥନୀତିକୁ ସଶକ୍ତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ସେହିପରି ବିଦ୍ୟାଳୟର ନୂଆ ଶ୍ରେଣୀ ଗୃହ ଛାତ୍ରୀଛାତ୍ରମାନଙ୍କ ପାଇଁ ଏକ ଉତ୍ତମ ଓ ସୁନ୍ଦର ଶିକ୍ଷା ପରିବେଶ ସୃଷ୍ଟି କରିବ।

ଗ୍ରାମାଞ୍ଚଳର ଅର୍ଥନୀତିକୁ ମଜବୁତ କରିବା ସହ ପ୍ରତ୍ୟେକ ଗ୍ରାମରେ ଗୁଣାତ୍ମକ ଶିକ୍ଷାର ଆଲୋକ ପହଞ୍ଚାଇବା ଆମ ସରକାରଙ୍କ ମୂଳ ଲକ୍ଷ୍ୟ ବୋଲି ସେ ପ୍ରକାଶ କରିଛନ୍ତି । ଏକ ସଶକ୍ତ ଓ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସରକାର ସଦାସର୍ବଦା ପ୍ରତିବଦ୍ଧ ବୋଲି ବିଧାୟକ ନିଜ ବକ୍ତବ୍ୟରେ ଦୋହରାଇଛନ୍ତି । ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଗ୍ରାମବାସୀ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri