ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା ସହ ନୂତନ କାର୍ଯ୍ୟ ପାଇଁ ଶିଳାନ୍ୟାସ କରିଛନ୍ତି।

ସରପଞ୍ଚ ରଶ୍ମିତା କୁମାରୀ ପ୍ରଧାନଙ୍କ ସଂଯୋଜନାରେ ଜକର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ବିଧାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଅତିରିକ୍ତ କାର୍ଯ୍ୟାଳୟ କୋଠା ଓ ମୋ ବ୍ୟାଙ୍କ ସେବାକେନ୍ଦ୍ରର ନୂତନ ଶାଖା କୋଠା କୁ ଉଦଘାଟନ କରିଥିଲେ। ପରେ ଗ୍ରାମର ଜଗନ୍ନାଥ ମନ୍ଦିର ଉନ୍ନତିକରଣ କାର୍ଯ୍ୟ ନିମନ୍ତେ ସେ ଶିଳାନ୍ୟାସ କରିବା ପରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ  ପଞ୍ଚାୟତ ସ୍ତରୀୟ ପଟ୍ଟା ବଣ୍ଟନ ମେଳାରେ ଯୋଗ ଦେଇଥିଲେ । ଜକର ପଞ୍ଚାୟତ ୫ ଟି ଗ୍ରାମର ୨୮୯ ହିତାଧିକାରୀଙ୍କୁ ଗ୍ରାମକଣ୍ଠ ପରମ୍ୱୋକ ଓ ଦ୍ଵିତୀୟ ଖାନା ସଂଶୋଧିତ ପଟ୍ଟା ବଣ୍ଟନ କରିବା ସହ ୩ ଜଣ ହିତାଧିକାରୀଙ୍କୁ ନୂତନ ରାସନ୍ କାର୍ଡ ବଣ୍ଟନ କରିଥିଲେ ।

ଦିଗପହଣ୍ଡି ଅତିରିକ୍ତ ତହସିଲଦାର ଆଶିଷ କୁମାର ନାୟକ,ସରପଞ୍ଚ ପ୍ରତିନିଧି ପ୍ରଶାନ୍ତ କୁମାର ପ୍ରଧାନ,ପଞ୍ଚାୟତ ନିର୍ବାହୀ ଅଧିକାରୀ ଶାନ୍ତନୁ ମହାଙ୍କୁଡ , ଏଡିଓ ଗିତାଞ୍ଜଳୀ ପଣ୍ଡା, ରାଜସ୍ବ ନିରୀକ୍ଷିକା ସଞ୍ଜୁକ୍ତା ମହାପାତ୍ର ,ବ୍ଲକ ସରପଞ୍ଚ ସଂଘ ସଭାପତି ତଥା କରପଡ଼ା ପଞ୍ଚାୟତ ସରପଞ୍ଚ ଫନିନ୍ଦ୍ର ଚନ୍ଦ୍ର ଗୋସ୍ୱାମୀ,ବାସୁଦେବପୁର ସରପଞ୍ଚ ପ୍ରତିନିଧି ଏମ୍. ସନ୍ତୋଷ କୁମାର,ବାପି ପ୍ରଧାନ , ରଘୁନାଥ ଗୈାଡ ,ମିଟୁ ଦୋରା ଙ୍କ ସମେତ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ ।

ସେହିପରି ପଞ୍ଚାୟତ ଅଧିନ ମାଣିକ୍ଯପୁର ଗ୍ରାମର ଗୋପୀନାଥ କଲ୍ୟାଣ ମଣ୍ଡପ ନିମନ୍ତେ ବିଧାୟକ ଶିଳାନ୍ୟାସ କରିବା ସହ ତେଣ୍ଟୁଆପଡ଼ା ଗ୍ରାମ ବିଦ୍ୟାଳୟରେ ପହଞ୍ଚି ନବନିର୍ମିତ ଅତିରିକ୍ତ ଶ୍ରେଣୀ ଗୃହର ଶୁଭ ଉଦଘାଟନ କରି ଫେରିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ-ନରସିଂହ ମିଶ୍ରଙ୍କ ରୁଦ୍ଧଦାର ବୈଠକ: ଆଲୋଚନାକୁ ନେଇ ବଢ଼ୁଛି ଚର୍ଚ୍ଚା 

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସ୍ଥାନୀୟ ସର୍କିଟ ହାଉସଠାରେ ଭେଟି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଆଲୋଚନା କଲେ, ଦାବିପତ୍ର ଦେଲେ

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଶୁକ୍ରବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ସ୍ଥାନୀୟ…

୩୦ ଜୀବନ ବଞ୍ଚାଇ ହାରିଗଲା ‘କାଳୀ’: ଲୁହ ଝରାଇଲେ ଗାଁ ଲୋକ

ଉଦଳା,୨୪।୪(ସନ୍ତୋଷ କୁମାର ବାଚ୍ଛିନୀ): ଆଜିର ସମାଜରେ ଉପକାର କରିଥିବା ଆପଣାର ଲୋକଙ୍କୁ ମଣିଷ ଠକି ଦେଉଛି। ମାତ୍ର ମଣିଷ ପାଖରୁ ପାଇଥିବା ସ୍ନେହ ମମତା ଓ ଭଲ…

କେରଳରୁ ଭୁବନେଶ୍ୱର ଆସୁଥିଲା ତୀର୍ଥଯାତ୍ରୀ ବସ୍‌, ବାଟରେ ଓଲଟିପଡ଼ିଲା

ବାଲେଶ୍ୱର,୨୪ା୪(ବାଞ୍ଛାନିଧି ଦେ): ରାଜପଥରେ ଓଲଟିପଡ଼ିଲା ତୀର୍ଥଯାତ୍ରୀ ବସ୍‌। ଫଳରେ ୮ ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ଓଭରବ୍ରିଜ ପାଖରେ ଶୁକ୍ରବାର ରାସ୍ତାକଡ଼କୁ…

ଖରାରେ ସିଝୁଛି ଓଡ଼ିଶା: ଝାରସୁଗୁଡ଼ାରେ ପାରଦ ୪୪ ଡିଗ୍ରୀ ପାର୍‌, ୨୬ରୁ ବଦଳିବ ପାଗ

ଭୁବନେଶ୍ୱର,୨୪ା୪: ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଓ ଗୁଳୁଗୁଳି ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେଉଥିବା ବେଳେ ଖରାରେ ଭାଜି ହେଉଛି ପଶ୍ଚିମ…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଚାଷୀନେତା-ରାଜନେତା ଅଟକ: ଆଗୁଆ ଗିରଫ ପ୍ରତିବାଦରେ ଥାନାରେ ଆଗରେ ଅନଶନରେ ବସି…

ବଲାଙ୍ଗୀର,୨୪ା୪(ସୁନିଲ କୁମାର ମହାନ୍ତି): ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଲାଙ୍ଗୀର ଗସ୍ତ ପୂର୍ବରୁ ଜିଲାର ଏକାଧିକ ଚାଷୀନେତା ଓ ରାଜନେତାଙ୍କୁ ଆଗୁଆ ଗିରଫ କରାଯାଇଛି। ବଲାଙ୍ଗୀର…

ସ୍ବାମୀଙ୍କ ମୃତ୍ୟୁକୁ ସହି ପାରିଲେନି, ହସ୍ପିଟାଲ ୱାର୍ଡ ଛାତରୁ ଡେଇଁ ପଡିଲେ ସ୍ତ୍ରୀ

ବଲାଙ୍ଗୀର ,୨୪।୪ (ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଏକ ଅଘଟଣ ଘଟଣା ଘଟିଯାଇଛି। ହସ୍ପିଟାଲ ୱାର୍ଡ ଛାତରୁ ଡେଇଁ ଜଣେ…

ବାଇକ୍‌ଚାଳକଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲେ ହାଇଓ୍ବା ଚାଳକ, ପରେ ସାଧାରଣ ଦର୍ଶକ ଭାବେ ଆସି…

ବାରଙ୍ଗ,୨୪ା୪(ଲିଙ୍ଗରାଜ ରାଉତ): କଟକ ଜିଲା ଗୋଡ଼ିସାହି ଫାଣ୍ଡି ଅନ୍ତର୍ଗତ ରତାଗଡ଼ ରେଳ ପୋଲ ନିକଟରେ ବେଆଇନ ମୋରମ ବୋଝେଇ ହାଇଓ୍ବା ଧକ୍କାରେ ଜଣେ ବାଇକ୍‌ଚାଳକଙ୍କ ଜୀବନ ଯାଇଛି। …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri